ବ୍ରହ୍ମପୁର ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମିଳିତ ଅଭିଯୋଗ ଶୁଣାଣୀ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଆଜି ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକ ଡ଼ା ଏମ୍ ଶ୍ରବଣା ବିବେକ, ବ୍ରହ୍ମପୁର ଉପଜିଲ୍ଲାପାଳ ସୁଶ୍ରୀ ଦୀନା ଦସ୍ତଗୀର, ପ୍ରୋବେସନ ଭା.ପ୍ର.ସେ ମ୍ରିନାଲିକା ରାଠୋରଙ୍କ ଉପସ୍ଥିତିରେ ଆଜିର ଏହି ଅଭିଯୋଗ ଶୁଣାଣୀରେ ସମୁଦାୟ ୩୫ଟି ଅଭିଯୋଗର ଶୁଣାଣୀ କରାଯାଇଥିଲା । ବ୍ୟକ୍ତିଗତ ଅଭିଯୋଗ ୩୨ଟି ଥିବାବେଳେ ସାମୁହିକ ଅଭିଯୋଗ ୨ଟି ଥିଲା ଏବଂ ତ୍ୱରିତ ଦୁଇଟି ଅଭିଯାଗର ଫଇସଲା ହୋଇଥିଲା । ଜଣଙ୍କୁ ରେଡକ୍ରସ ପାଣ୍ଠି ତରଫରୁ ୨୦୦୦ ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଥିଲା । ଅଭିଯୋଗ ଗୁଡିକ ମୁଖ୍ୟତଃ ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ରାସନ୍ କାର୍ଡ, ଭତ୍ତା, ଶିକ୍ଷା, ସ୍ଵାସ୍ଥ୍ୟ, ସୁଭଦ୍ରା, ଜଳ ସମସ୍ୟା ରହିଥିବା ବେଳେ ଗ୍ରହଣ କରିଥିବା ଆବେଦନ ଗୁଡିକର ଶୁଣାଣୀ କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ନିମନ୍ତେ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ । ଏହି ଅଭିଯୋଗ ଶୁଣାଣୀରେ ପ୍ରତ୍ୟେକ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀମାନେ, ବ୍ରହ୍ମପୁର ଉପଖଣ୍ଡର ସମସ୍ତ ତହସିଲଦାର ଏବଂ ବିଡ଼ିଓ ଏହି ଯୁଗ୍ମ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ ।

jittmm
Leave A Reply

Your email address will not be published.