ବିଶ୍ରା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ବିଶ୍ରା ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଡ଼ା. ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ନୀତେଶ ୱାଧୱାନୀ ଯୋଗ ଦେଇ ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ । ଆଜି ମୋଟ ୬୫ ଗୋଟି ଅଭିଯୋଗ ଆସିଥିଲା । ସେଥି ମଧ୍ୟରୁ ୨୩ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୩୪ ଗୋଟି ସାମୁହିକ ଅଭିଯୋଗ ରହିଥିଲା । ଏହି ସବୁ ଅଭିଯୋଗ ଗୁଡ଼ିକ ମଧ୍ୟରୁ ୮ ଗୋଟି ଅଭିଯୋଗ ଗୁଡ଼ିକର ତତ୍‌କ୍ଷଣାତ ସମାଧାନ କରାଯାଇଥିଲା । ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ୮ ଗୋଟି ଆବେଦନ ରହିଥିଲା । ଆଜିର ଏହି ଅଭିଯୋଗ ଶୁଣାଣିରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ସୁରଞ୍ଜନ ସାହୁ, ପାନପୋଷ ଉପ ଜିଲ୍ଲାପାଳ ବିଜୟ କୁମାର ନାୟକ ଏବଂ ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ ।

Leave A Reply

Your email address will not be published.