ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ବଡଗାଁ ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଡା. ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ଅମ୍ରିତପାଲ କୌର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ । ଆଜି ମୋଟ ୮୯ ଗୋଟି ଅଭିଯୋଗ ଆସିଥିଲା । ସେଥି ମଧ୍ୟରୁ ୩୭ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ୩୯ ଗୋଟି ସାମୁହିକ ଅଭିଯୋଗ ରହିଥିଲା । ଏହି ସବୁ ଅଭିଯୋଗ ଗୁଡ଼ିକ ମଧ୍ୟରୁ ୧୩ ଗୋଟି ଅଭିଯୋଗର ତତ୍କ୍ଷଣାତ ସମାଧାନ କରାଯାଇଥିଲା । ସେହିଭଳି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ୧୩ ଗୋଟି ଆବେଦନ ରହିଥିଲା । ଆଜିର ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ସୁରଞ୍ଜନ ସାହୁ, ଉପ-ଜିଲ୍ଲାପାଳ ତେଜସ୍ୱିନୀ ବେହେରା ଏବଂ ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ ।
Next Post