ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଡିସେମ୍ବର ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାି କାର୍ଯ୍ୟକ୍ରମ ଆଜି ଲୋଇସିଂହା ଜିଲ୍ଲା ମୁଖ୍ୟାଳୟଠାରେ ଅନୁଷ୍ଠିତ ହୋଇଛି । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ମହେନ୍ଦ୍ର ମହାପାତ୍ର , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁରେଶ ନାଏକ, ଜିଲ୍ଲାପରିଷଦ ମୁଖ୍ୟ ଉନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସୁଶାନ୍ତ ସିଂ, ମୁନିସିପାଲିଟି କାର୍ଯ୍ୟ ନିର୍ବାହୀ ଅଧିକାରୀ ବିଶ୍ଵମ୍ବର ମିଶ୍ରଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ, ବଲାଙ୍ଗିର ଉପଖଣ୍ଡ ଅନ୍ତର୍ଗତ ସମସ୍ତ ବିଡିଓ, ତହସିଲଦାରମାନେ ଉପସ୍ଥିତ ଥିଲେ । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ବିଭିନ୍ନ ସମସ୍ୟା ମୂଳକ ମୋଟ ୧୨୦ ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୯୭ ଗୋଟି ବ୍ୟକ୍ତିଗତ ଅଭିଯୋଗ ମୂଳକ ଦରଖାସ୍ତ ହୋଇଥିବାବେଳେ ଅବଶିଷ୍ଠ ୨୩ ଗୋଟି ସାମୁହିକ ଦରଖାସ୍ତ ଦାଖଲ ହୋଇଥିଲା । ଅତିରିକ୍ତ ଜିଲ୍ଲାପାଳ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଜନସାଧାରଣଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣି କରିଥିଲେ । ୯ ଟି ଅଭିଯୋଗ ଶୁଣାଣିର ତୁରନ୍ତ ସମାଧାନ ହେଇଥିଲା । ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ସହାୟତା ବାବଦରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠି ଓ ଜିଲ୍ଲା ରେଡ୍‌କ୍ରସ୍‌ ପାଣ୍ଠିରୁ କୌଣସି ଆର୍ଥିକ ସହାୟତା ମଞ୍ଜୁର କରାଯାଇ ନାହିଁ ।

jittmm
Leave A Reply

Your email address will not be published.