pakka

ପାଟଣାଗଡ଼ ବ୍ଲକ ମୁଖ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

bbehera

ପାଟଣାଗଡ଼, (ଅଶୋକ କୁମାର ବାଗ) : ବର୍ଷ ର ଶେଷ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଆଧାରରେ ଆଜି ପାଟଣାଗଡ଼ ବ୍ଲକ ମୁଖ୍ୟାଳୟଠାରେ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଚଞ୍ଚଳ ରାଣା ଏବଂ ଆରକ୍ଷୀ ଅଧିକ୍ଷକ ରିଷିକେଶ ଖିଲାରୀଙ୍କ ସମେତ ଉପଖଣ୍ଡ ଅନ୍ତର୍ଗତ ସମସ୍ତ ବିଡିଓ, ତହସିଲଦାରମାନେ ଉପସ୍ଥିତ ଥିଲେ । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ବିଭିନ୍ନ ସମସ୍ୟା ମୂଳକ ମୋଟ ୫୫ ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୪୭ ଗୋଟି ବ୍ୟକ୍ତିଗତ ଅଭିଯୋଗ ମୂଳକ ଦରଖାସ୍ତ ହୋଇଥିବା ବେଳେ ଅବଶିଷ୍ଠ ୮ ଗୋଟି ସାମୂହିକ ଦରଖାସ୍ତ ଦାଖଲ ହୋଇଥିଲା । ଜିଲ୍ଲାପାଳ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଜନସାଧାରଣଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣି କରିଥିଲେ । ୬ଟି ଅଭିଯୋଗ ଶୁଣାଣିର ଫଇସଲା ହେଇଥିବା ବେଳେ ବାକି ଅଭିଯୋଗ ଗୁଡିକର ଶୁଣାଣି ଯଥା ଶୀଘ୍ର ସମାଧାନ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ସହାୟତା ବାବଦରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ଓ ଜିଲ୍ଲା ରେଡକ୍ରସ ପାଣ୍ଠିରୁ କୌଣସି ଆର୍ଥିକ ସହାୟତା ମଞ୍ଜୁର କରାଯାଇନାହିଁ । ଜନ ଅଭିଯୋଗ ଶୁଣାଣି ପୂର୍ବରୁ ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଏବଂ ମଡର୍ଣ୍ଣ ରେକର୍ଡ କକ୍ଷର ଉଦ୍‌ଘାଟନ କରିଥିଲେ ଜିଲ୍ଲାପାଳ ଚଞ୍ଚଳ ରାଣା ।

jay balangir
Leave A Reply

Your email address will not be published.

18 + 16 =