
ସୁନ୍ଦରଗଡ, (ସସ୍ମିତା ପ୍ରଧାନ) : କୁତ୍ରା ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରବି ନାରାୟଣ ସାହୁ ଯୋଗ ଦେଇ ଜନସାଧାରଣଙ୍କ ଅଭିଯୋଗ ଶୁଣାଣି କରିଥିଲେ । ଆଜି ମୋଟ ୪୪ ଗୋଟି ଅଭିଯୋଗ ଆସିଥିଲା । ସେଥି ମଧ୍ୟରୁ ୨୩ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବାବେଳେ ବେଳେ ୨୧ ଗୋଟି ସାମୁହିକ ଅଭିଯୋଗ ରହିଥିଲା । ସେହିଭଳି ୩ ଗୋଟି ଅଭିଯୋଗର ତତ୍ କ୍ଷଣାତ ସମାଧାନ କରାଯାଇଥିଲା । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ନିମନ୍ତେ ୨ ଗୋଟି ଆବେଦନ ରହିଥିଲା । ଆଜିର ଏହି ଅଭିଯୋଗ ଶୁଣାଣିରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ସୁରଞ୍ଜନ ସାହୁ, ଗୋଷ୍ଠି ଉନ୍ନୟନ ଅଧିକାରୀ ଯୁଗଳ ବିଶ୍ଵାଳ, ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ।