ଅଭିନନ୍ଦନ ନବ ନିର୍ବାଚିତ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଓଡ଼ିଶା ମାଟିର ପ୍ରଥମ ଏବଂ ଆଦିବାସୀ ମହିଳା ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଦେଶର ୧୫ତମ ମହାମହିମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିବାରୁ ଆଜି ମେକ୍ ଇନ ଇଣ୍ଡିଆ ଆଣ୍ଡ ମିଡିଆ ପରିବାର, ଡେଲାଙ୍ଗ ପକ୍ଷରୁ ଅଭିନନ୍ଦନ ଜ୍ଞାପନ କରାଯାଇଛି । ଦ୍ରୌପଦୀ ଓଡ଼ିଶାର ଝିଅ ହୋଇଥିବାରୁ ଓଡ଼ିଶା ଅଧିକ ଉତ୍ସବ ମୁଖରିତ ହୋଇଛି । ଏହି ଅବସରରେ ମିଡିଆ ପରିବାରର ପରିଚାଳନା ନିଦ୍ଦେର୍ଶକ ତଥା ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ କୁମାର ଧାଉଡିଆ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ବିଜୟ ପ୍ରତ୍ୟେକ ଓଡ଼ିଆ ପାଇଁ ଗର୍ବ ଓ ଗୌରବ ଏବଂ ଦେଶର ପ୍ରଥମ ନାଗରିକ ଭାବେ ଭାରତବର୍ଷର ସର୍ବୋଚ୍ଚ ସାମ୍ବିଧାନିକ ପଦବୀରେ ଅଧିଷ୍ଠିତ ହୋଇପାରିଥିବାରୁ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

Leave A Reply

Your email address will not be published.

error: Content is protected !!