oom

ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ

jsmm

ଭୁବନେଶ୍ୱର : ରାଜ୍ୟ ସରକାର ଶନିବାର ବରିଷ୍ଠ ଓଏଏସ୍‌ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁସାରେ, ମାଲକାନଗିରି ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ବରିଷ୍ଠ ଓଏଏସ୍‌ ବାଳମୁକୁନ୍ଦ ଭୂରାଙ୍କୁ ପର୍ଯ୍ୟଟନ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି । ସେହିପରି ବରିଷ୍ଠ ଓଏଏସ୍‌ ତଥା ସୁନ୍ଦରଗଡ଼ ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଓ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଭୈରବ ସିଂ ପଟେଲଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି । ନବରଙ୍ଗପୁର ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ବରିଷ୍ଠ ଓଏଏସ୍‌ ଅଫିସର ରତ୍ନାକର ସାହୁଙ୍କୁ ମାଲକାନଗିରି ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଭାବେ ବଦଳି କରାଯାଇଥିବା ସୂଚନା ମିଳିଛି ।

jittmm
Leave A Reply

Your email address will not be published.