mahavir

ମଇ ମାସ ୯ ତାରିଖରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଜାତୀୟ ଆଇନ ସେବା ପ୍ରାଧିକରଣ ଏବଂ ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଗଞ୍ଜାମ ,ବ୍ରହ୍ମପୁର ପକ୍ଷରୁ ୦୯/୦୫/୨୦୨୬ ତାରିଖ ଶନିବାର ଦିନ ଚଳିତ ବର୍ଷର ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ବ୍ରହ୍ମପୁର ସିଭିଲ କୋର୍ଟ ପରିସରରେ ଅନୁଷ୍ଠିତ ହେବ ବୋଲି ସଚିବ ବ୍ୟୋମକେଶ ନାୟକ ସୂଚନା ଦେଇଛନ୍ତି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ମକଦ୍ଦମା ଯେପରିକି, ଦୀର୍ଘ ଦିନ ହେବ କୌଣସି ମକଦ୍ଦମା ଯଦି କୋର୍ଟରେ ବିଚାରଧୀନ ଅଛି ଅଥବା କୌଣସି ବିବାଦର ସହଜ ତଥା ଆପୋଷ ସମାଧାନ ପାଇଁ ଚାହୁଁଛନ୍ତି, ତା’ହେଲେ ଲୋକ ଅଦାଲତର ସାହାଯ୍ୟ ନେଇପାରିବେ । ଏହା ସହିତ ଦେୱାନୀ, ଫୌଜଦାରୀ (ସାଲିସ୍ ଯୋଗ୍ୟ), ମୋଟର ଦୁର୍ଘଟଣା ଜନିତ କ୍ଷତିପୂରଣ, ବ୍ୟାଙ୍କ ଋଣ, ବିଦ୍ୟୁତ୍ ଓ ଜଳଯୋଗାଣ, ପାରିବାରିକ, ଜମି ଅଧିଗ୍ରହଣ, ଶ୍ରମ ବିବାଦ, ଚେକ୍ ବାଉନ୍ସ ମାମଲା ଇତ୍ୟାଦିର ଆପୋଷ ସହମତିରେ ସମାଧାନ ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ କରାଯିବ ଏବଂ ଏଥିସହ ପ୍ରାକ୍ ମକଦ୍ଦମା ସ୍ତରୀୟ (କଚେରୀରେ ଦାୟର ହୋଇନଥିବା) ବ୍ୟାଙ୍କ ଋଣ ବିବାଦ, ଶ୍ରମବିବାଦ, ପାରିବାରିକ ବିବାଦ ଇତ୍ୟାଦିର ମଧ୍ୟ ସମାଧାନ ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ କରାଯିବ । ସରଳ ଓ ସହଜ ସମାଧାନ ତଥା ଆର୍ଥିକ ଏବଂ ସମୟ ଅପଚୟରୁ ମୁକ୍ତି ପାଇବା ପାଇଁ ଏହି ସୁଯୋଗର ଲାଭ ଉଠାନ୍ତୁ । ସବିଶେଷ ବିବରଣୀ ନିମନ୍ତେ ଗଞ୍ଜାମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସହ ଯୋଗାଯୋଗ କରିପାରିବେ ।
ଯୋଗାଯୋଗ :-
ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଗଞ୍ଜାମ, ବ୍ରହ୍ମପୁର
ଫୋନ:୦୬୮୦-୨୨୩୩୮୯୮

Leave A Reply

Your email address will not be published.