om academy

ବଲାଙ୍ଗିରରେ ୪ର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ୧୨ରେ

jsm

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆସନ୍ତା ନଭେମ୍ବର ମାସ ୧୨ ତାରିଖ ଶନିବାର ଦିନ ବଲାଙ୍ଗିର, ପାଟଣାଗଡ ଟିଟିଲାଗଡ, କଣ୍ଟାବାଞ୍ଜି, ଲୋଇସିଂହା, ସଇଁତଲା, ମୁରିବାହାଲ ଏବଂ ବଙ୍ଗୋମୁଣ୍ଡା ଅଦାଲତ ପରିସରରେ ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବାକୁ ଯାଉଛି । ଏଥିରେ ସମସ୍ତ ପ୍ରକାରର ବିଚାରଧୀନ ମକଦ୍ଦମା ଯଥା ଫୌଜଦାରୀ (ସାଲିସ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ମୋଟର ଦୁର୍ଘଟଣାଜନିତ କ୍ଷତିପୁରଣ, ଶ୍ରମ ଓ ନିଯୁକ୍ତି ବିବାଦ, ବିଦ୍ୟୁତ, ଜଳ ଓ ଅନ୍ୟାନ୍ୟ ବିଲ୍‌ ଦେୟ ଜନିତ ବିବାଦ, ବୈବାହିକ ବିବାଦ, ଜମି ଅଧିଗ୍ରହଣ, ଚାକିରି ସମ୍ବନ୍ଧୀୟ ଓ ଅନ୍ୟାନ୍ୟ ଦେୱାନୀ ମକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । ଏହାସହ ପ୍ରାକ୍‌ ମକଦ୍ଦମାସ୍ତରୀୟ ମାମଲା ତଥା ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଶ୍ରମ ଓ ନିଯୁକ୍ତି ବିବାଦ, ବିଦ୍ୟୁତ, ଜଳ ଓ ଅନ୍ୟାନ୍ୟ ସାଲିସ ଯୋଗ୍ୟ ଫୌଜଦାରୀ ଓ ଅନ୍ୟାନ୍ୟ ଦେୱାନୀ ମକଦ୍ଦମା ଇତ୍ୟାଦିର ସମାଧାନ ମଧ୍ୟ ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ହୋଇପାରିବ । ଲୋକ ଅଦାଲତରେ ମକଦ୍ଦମା, ବିବାଦର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ କରିବାକୁ ପଡେନାହିଁ ଏବଂ ଲୋକ ଅଦାଲତଙ୍କ ରାୟ ବୈଧ, ଚୂଡାନ୍ତ । ଦୀର୍ଘଦିନ ଧରି ଚାଲୁଥିବା ମକଦ୍ଦମାର ସହଜ ସମାଧାନ ପାଇଁ ଏବଂ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହା ଏକ ସୁଯୋଗ । ଏ ସଂକ୍ରାନ୍ତରେ ସବିଶେଷ ବିବରଣୀ ନିମନ୍ତେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ବଲାଙ୍ଗିର ଓ ତାଲୁକ ଆଇନ ସେବା କମିଟି ପାଟଣାଗଡ, ଟିଟିଲାଗଡ, କଣ୍ଟାବାଞ୍ଜି, ଲୋଇସିଂହା, ସଇଁତଲା ଏବଂ ମୁରିବାହାଲ ସହିତ ଯୋଗାଯୋଗ କରିବା ପାଇଁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.

one × 1 =