pakka

ମୁରିବାହାଲର ଦୁଇ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

bbehera

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ଶନିବାର ଦୁଇଜଣ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା । ମୁରିବାହାଲ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶାନ୍ତନୁ କୁମାର ପଢ଼ିହାରୀଙ୍କ ସଭାପତିତ୍ୱରେ ତଥା ପ୍ରତ୍ୟେକ୍ଷ ତତ୍ଵାବଧାନରେ ଏହି ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଥିଲା । ଏଥିରେ ଗତ ମାର୍ଚ୍ଚ ୩୧ ତାରିଖ ଦିନ ନିଜ ଦୀର୍ଘ ଚାକିରି ଜୀବନରୁ ଅବସର ଗ୍ରହଣ କରିଥିବା ଏହି କାର୍ଯ୍ୟାଳୟର ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ହୀରା ସିଂ ମାଝୀଙ୍କୁ ସମସ୍ତ କାର୍ଯ୍ୟାଳୟ କର୍ମକର୍ତ୍ତାଙ୍କ ତରଫରୁ ଉପଢୌକନ ସହ ମାନପତ୍ର ପ୍ରଦାନ କରାଯାଇ ତାଙ୍କ ଅବସର ଜୀବନର ସୁଖ ସମୃଦ୍ଧି କାମନା ସହ ସମ୍ବର୍ଦ୍ଧିତ କରାଯାଇଥିଲା । ସେହିପରି ମୁରିବାହାଲ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ଭାରପ୍ରାପ୍ତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାବେ ସୁଚାରୁ ରୂପେ କାର୍ଯ୍ୟରତ କୋଦଣ୍ଡଧର ଭୋଇ ତାଙ୍କ ସ୍ଥାୟୀ ପୂର୍ବ ଟିଟିଲାଗଡ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟଳୟରେ ଯୋଗ ଦେଇଥିବାରୁ ତାଙ୍କୁ ମଧ୍ୟ ଏଠାରେ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା । ଏଥିରେ କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ କୈଳାଶ ଚନ୍ଦ୍ର ଭୋଇ ଓ ଶ୍ରୀ କାନ୍ତାରାମ ଧରୁଆ ବିଦାୟୀ ଅଧିକାରୀମାନଙ୍କର କାର୍ଯ୍ୟକାଳ ଓ ଅବଦାନର ସ୍ମୃତି ଚାରଣ କରିଥିଲେ ।ଏହି କାର୍ଯ୍ୟକ୍ରମରେ ବ୍ଲକର ସମସ୍ତ ସିଆର୍‌ସିସି ଓ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର କର୍ମଚାରୀମାନେ ଉପସ୍ଥିତ ଥିଲେ । ସିରୋଲ ସିଆର୍‌ସିସି ସୁଧୀର କୁମାର ନାଗ ମାନପତ୍ର ପଠନ କରିଥିବା ବେଳେ ପତ୍ରାପାଲି(କ) ସିଆର୍‌ସିସି ପ୍ରମୋଦ କୁମାର କର୍ମୀ ଧନ୍ୟବାଦ୍ ଅର୍ପଣ କରିଥିଲେ ।

jay balangir
Leave A Reply

Your email address will not be published.

1 × one =

error: Content is protected !!