om academy

ଆଜି ଓଡ଼ିଶା ଆସୁଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ

jsm

ଭୁବନେଶ୍ୱର : ବିଜେପି ଫୋକସରେ ଓଡ଼ିଶା । ରାଜ୍ୟରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଇଦାନରେ ଜଣଙ୍କ ପରେ ଜଣେ କେନ୍ଦ୍ରୀୟ ନେତା । ଆଜି ଓଡ଼ିଶା ଆସୁଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ଯୋଗୀ ଆଦିତ୍ୟନାଥ କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ର ଅନ୍ତର୍ଗତ ସାଲେପୁର ନିର୍ବାଚନ ମଣ୍ଡଳୀ ଓ ପୁରୀ ଲୋକସଭା ଅନ୍ତର୍ଗତ ଚିଲିକା ନିର୍ବାଚନ ମଣ୍ଡଳୀରେ ପ୍ରଚାର କରିବେ । ପ୍ରଥମେ ସାଲେପୁରର କୁଳିଆରେ ଜନସଭାକୁ ଉଦ୍‌ବୋଧନ ଦେବେ ଯୋଗୀ । ଏଥିରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ସାମିଲ ହେବେ । ଏଥିସହିତ ୭ଟି ବିଧାନସଭା ଆସନ ସାଲେପୁର, ମାହାଙ୍ଗା, ପାଟକୁରା, କେନ୍ଦ୍ରାପଡ଼ା, ଆଳି, ରାଜନଗର ଏବଂ ମହାକାଳପଡ଼ାର ବିଧାୟକ ପ୍ରାର୍ଥୀମାନେ ବି ରହିବେ ।

Leave A Reply

Your email address will not be published.