ଗୁଡଭେଲା, (କେପିଏନ୍ଏସ୍) : ଗୁଡଭେଲା ବ୍ଲକର କଲ୍ୟାଣ ମଣ୍ଡପ ଠାରେ ପୋଷ୍ୟ ସନ୍ତାନ ଗ୍ରହଣ, ପ୍ରତିପାଳନ ଶିଶୁ ଯତ୍ନ ଆଧାରିତ ସଚେତନତା ଗୁଡଭେଲା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଆର୍ତ୍ତତ୍ରାଣ ଥାଟିଙ୍କ ଅଧ୍ୟକ୍ଷତାରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ – ଅରୁଣାର ଜିଲ୍ଲା ପରାମର୍ଶଦାତା କାର୍ଯ୍ୟକ୍ରମର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ଏହି କାର୍ଯ୍ୟକ୍ରମରେ ବାସନ୍ତୀ ଜାନୀ, ସି.ଡି.ପି.ଓ କହିଲେ ମା ଗର୍ଭରୁ ଆରମ୍ଭ କରି ୧୮ ବର୍ଷ ବୟସ ପର୍ଯ୍ୟନ୍ତ ଓଡ଼ିଶା ସରକାରଙ୍କ ଶିଶୁ ଓ ମହିଳା ବିଭାଗ ତରଫରୁ ଶିଶୁର ବିକାଶ, ସୁରକ୍ଷା ଓ ସର୍ବାଙ୍ଗୀନ ଉନ୍ନତି ସକାଶେ ବିଭିନ୍ନ ପ୍ରକାର ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଛି । ଗୁଡ଼ଭେଲା ବ୍ଲକର ଗ୍ରାମ ପଞ୍ଚାୟତ ବିକାଶ ଅଧିକାରୀ ସାଜନ ସାହୁ ପୋଷ୍ୟ ସନ୍ତାନ ଗ୍ରହଣରେ ଆଇନଗତ ବିଧି ବ୍ୟବସ୍ତା ଉପରେ ଜଣାଇଥିଲେ । ଏହି ଅବସରରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ର ଚାଇଲ୍ଡ ହେଲ୍ପ ଲାଇନର ବିକ୍ରମ ପଣ୍ଡା ଯୋଗଦାନ କରି ଆଇନ୍ ସମ୍ମତ ପୋଷ୍ୟ ସନ୍ତାନ ଗ୍ରହଣ, ପ୍ରତ୍ୟାଶୀ ପୋଷ୍ୟ ସନ୍ତାନ ଗ୍ରହଣକାରୀଙ୍କ ଯୋଗ୍ୟତା, carings ପୋର୍ଟାଲ ମାଧ୍ୟମରେ ପୋଷ୍ୟ ସନ୍ତାନ ପାଇଁ ଅଗହି ବ୍ୟକ୍ତିଙ୍କ ଆବେଦନ ତଥା ପ୍ରତିପାଲନ ଯତ୍ନ ବ୍ୟବସ୍ଥା ଓ ପ୍ରତିପାଲନ ଯତ୍ନ ବ୍ୟବସ୍ତାରୁ ଶିଶୁକୁ ପୋଷ୍ୟ ସନ୍ତାନ ରୂପେ ଗ୍ରହଣ ଉପରେ ବିଶଦ ଉପରେ ଜଣାଇଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟରେ ଅବସ୍ଥାପିତ ଥିବା ଅରୁଣାର ଜିଲ୍ଲା ପରାମର୍ଶଦାତା ଫୋଷ୍ଟର କେଆର, ଯଶୋଦା, ପନସର୍ସିପ୍ , ଗ୍ରିନ ପେସେଜ୍ ଯୋଜନା ଉପରେ ଜଣାଇଥିଲେ । କାର୍ଯ୍ୟକ୍ରମରେ ଗୁଡଭେଳା ବ୍ଲକ୍ରୁ ଆଶା, ଅଙ୍ଗନୱାଡ଼ି, ଏ.ଏନ.ଏମ, ସୁପରଭାଇଜର ୩୦୦ରୁ ଅଧିକ ଉପସ୍ଥିତ ଥିଲେ ।