ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ୍ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବରକେରାରେ ବିଶ୍ଵ ଆର୍ଦ୍ରଭୂମି ଦିବସ ପାଳିତ ହୋଇଯାଇଛି । ସର୍ବ ପ୍ରଥମେ ବିଦ୍ୟାଳୟ ପ୍ରାଙ୍ଗଣରେ ଥିବା ସତ୍ୟବାଦୀ ଯୁଗର ପଞ୍ଚସଖାଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରାଯାଇଥିଲା । ପରେ ପରେ ଏକ ସଭାର ଆୟୋଜନ କରାଯାଇଥିଲା । ଉକ୍ତ ସଭାରେ ସଭାପତିତ୍ୱ କରିଥିଲେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଦୀପ କୁମାର ସେଠୀ । ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସହିତ ଶିକ୍ଷୟିତ୍ରୀ ମଞ୍ଜୁଲତା ପ୍ରଧାନ, ବରିଷ୍ଠ ଶିକ୍ଷକ ତଥା ପରିବେଶ କର୍ମୀ ମିଟୁ କିଶୋର ପ୍ରଧାନ, ଶିକ୍ଷକ ବିରଞ୍ଚିନାରାୟଣ ବରାଳ, ସୁଧୀର କୁମାର ଜେନା, ପୁରୁଷୋତ୍ତମ ନାୟକ ଓ ବିଦ୍ୟାଳୟର ପରିଚାଳନା କମିଟିର ଚେୟାରମ୍ୟାନ ପବିତ୍ର ମୋହନ ପରିଡା ପ୍ରମୁଖ ଯୋଗଦେଇଥିଲେ । ମାନବ ସମାଜ, ଉଦ୍ଭିଦ ଜଗତ ଓ ପ୍ରାଣୀ ଜଗତ ପାଇଁ ଆର୍ଦ୍ରଭୂମିର ଭୂମିକା ଗୁରୁତ୍ୱପୂର୍ଣ୍ଣ । ଜଳବାୟୁରେ ପରିବର୍ତ୍ତନ ଦ୍ଵାରା ଆର୍ଦ୍ରଭୂମି ଜୈବ ବିବିଧତା ହରାଇବା ସହିତ ପୃଥିବୀରେ ଅନେକ ସମସ୍ୟା ଦେଖାଦେଉଛି । ଆଜିର ଦିବସରେ ଏହାର ସୁରକ୍ଷା ପାଇଁ ସମସ୍ତେ ଆଗେଇ ଆସିବାକୁ ବକ୍ତାମାନେ ଆହ୍ୱାନ ଦେଇଥିଲେ । ସର୍ବ ଶେଷରେ ବିରଞ୍ଚିନାରାୟଣ ବରାଳ ଧନ୍ୟବାଦ ଅର୍ପଣ କରିଥିଲେ ।