oum

ସେଣ୍ଟ୍ରାଲ ଆର୍ମଡ଼ ପୋଲିସ ଫୋର୍ସରେ ନିଯୁକ୍ତି ପାଇଁ ଶାରୀରିକ ପରୀକ୍ଷା ବେଳେ ଅଘଟଣ, ଯୁବକ ମୃତ

jsm

ଅନୁଗୋଳ : ସେଣ୍ଟ୍ରାଲ ଆର୍ମଡ଼ ପୋଲିସ ଫୋର୍ସରେ ନିଯୁକ୍ତି ପାଇଁ ଶାରୀରିକ ପରୀକ୍ଷା ବେଳେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତ ଯୁବକ ବରଗଡ଼ ନୂଆଁପାଲି ଗାଁର ପୁସ୍ତମ ସାହୁ ବୋଲି ଜଣାପଡିଛି । ସୂଚନା ଅନୁସାରେ ସେଣ୍ଟ୍ରାଲ ଆର୍ମଡ଼ ପୋଲିସ ଫୋର୍ସରେ ନିଯୁକ୍ତି ପାଇଁ ଶାରୀରିକ ପରୀକ୍ଷା ଚାଲିଥିବା ବେଳେ ୫ କି.ମିକୁ ୧୮ ମିନିଟରେ ଦୌଡ଼ିବା ପରେ ସେ ଅସୁସ୍ଥ ହୋଇ ପଡ଼ିଥିଲେ । ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ତେବେ ସେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଥିବା କୁହାଯାଇଛି ।

Leave A Reply

Your email address will not be published.