jayashree

କଣ୍ଟାବାଞ୍ଜି ଫେନ୍ସି ଷ୍ଟୋରରେ ଭୟଙ୍କର ଅଗ୍ନିକାଣ୍ଡ

କଣ୍ଟାବାଞ୍ଜି, (ଯୁଗଳ କିଶୋର ଶବର) : କଣ୍ଟାବାଞ୍ଜି ବଜାରପଡ଼ା ନିକଟରେ ଥିବା ଏକ ଫେନ୍ସି ଷ୍ଟୋରରେ ଭୟଙ୍କର ଅଗ୍ନିକାଣ୍ଡ । ହଠାତ୍ ଦୋକାନ ଭିତରୁ ଧୂଆଁ ବାହାରୁଥିବା ଦେଖି ଆତଙ୍କିତ ହୋଇପଡ଼ିଥିଲେ ସ୍ଥାନୀୟ ଲୋକେ। ଦେଖୁ ଦେଖୁ ନିଆଁର ପ୍ରଖରତା ବଢ଼ିବାରେ ଲାଗିଥିଲା। ସ୍ଥାନୀୟ ଲୋକେ ନିଜ ଉଦ୍ୟମରେ ନିଆଁକୁ ଲିଭାଇବାକୁ ଚେଷ୍ଟା କରିଥିଲେ। ହେଲେ ନିଆଁର ପ୍ରକୋପ ଅଧିକ ଥିବାରୁ ଏହା ସମ୍ଭବ ହୋଇନଥିଲା । ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିଲା । ଖବର ପାଇ କଣ୍ଟାବାଞ୍ଜି ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ପାଇଁ ଜୋରଦାର ଉଦ୍ୟମ କରିଥିଲା । ଦୋକାନ ଭିତରେ ଥିବା ବିଭିନ୍ନ ଫେନ୍ସି ସାମଗ୍ରୀ ନିଆଁରେ ପୋଡ଼ି ନଷ୍ଟ ହୋଇଯାଇଛି । ପ୍ରାଥମିକ ଆକଳନ ଅନୁସାରେ, ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି କ୍ଷୟକ୍ଷତି ହୋଇଥିବା ଜଣାପଡ଼ିଛି । ବିଦ୍ୟୁତ୍ ସର୍ଟ ସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା ପ୍ରାଥମିକ ଭାବେ ସନ୍ଦେହ କରାଯାଉଛି । ତେବେ ଅଗ୍ନିକାଣ୍ଡର ପ୍ରକୃତ କାରଣ ଏବଂ କ୍ଷୟକ୍ଷତିର ସଠିକ୍ ପରିମାଣ ତଦନ୍ତ ପରେ ସ୍ପଷ୍ଟ ହେବ ।

Leave A Reply

Your email address will not be published.