oum

ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

jsm

ପାଟଣାଗଡ଼, (ଗୋରେଖନାଥ ବରିହା) : ଫର୍ଣ୍ଣିଚର ଦୋକାନରେ ଭୟାବହ ଅଗ୍ନିକାଣ୍ଡ । ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ମୁଖ୍ୟ ରାସ୍ତାରେ ଥିବା ମାଧବୀ ଟ୍ରେଡର୍ସ ଫର୍ଣ୍ଣିଚର ଦୋକାନରେ ଗତ ମଧ୍ୟରାତ୍ରୀରେ ହଠାତ୍ ନିଆଁ ଲାଗିଯାଇଥିଲା । ଫଳରେ ଦୋକାନରେ ଥିବା ଲକ୍ଷ ଲକ୍ଷ ଟଙ୍କାର ଜିନିଷପତ୍ର ପୋଡ଼ି ପାଉଁଶ ହୋଇଯାଇଛି । ଖବର ପାଇ ପାଟଣାଗଡ଼ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ନିଆଁର ପ୍ରକୋପ ଏତେ ଭୟାନକ ଥିଲା ଯେ, ଆଖପାଖରେ ଥିବା ଦୋକନା ଗୁଡ଼ିକୁ ଲୋକମାନେ ଖାଲି କରି ଦେଇଥିଲେ । ତେବେ ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିବାରେ ସଫଳ ହୋଇଛି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ସର୍ଟ ସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି ।

Leave A Reply

Your email address will not be published.