ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ବୃଦ୍ଧାଙ୍କ ଘର

ଚାନ୍ଦବାଲି : ଚାନ୍ଦବାଲି ବ୍ଲକ ଭାଟପଡ଼ା ପଞ୍ଚାୟତ ପତିସାହିରେ ଘଟିଛି ଭୟାବହ ଅଗ୍ନିକାଣ୍ଡ । ପତିସାହିରେ ବୃଦ୍ଧା ଶୈଳବାଳା ପତିଙ୍କ ଘର ସମ୍ପୂର୍ଣ୍ଣ ଜଳିଯାଇଛି । ରୋଷେଇ ଘରୁ ନିଆଁ ଲାଗିଯିବା ପରେ ଘରଟି ହୁ ହୁ ହୋଇ ଜାଳିବାରୁ ଗ୍ରାମବାସୀ ନିଆଁ ଲିଭାଇବାକୁ ଚେଷ୍ଟା କରି ବିଫଳ ହୋଇଥିଲେ । ଖବରପାଇ ଚାନ୍ଦବାଲି ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚିବା ବେଳକୁ ଘରଟି ସମ୍ପୂର୍ଣ୍ଣ ଜଳି ଯାଇଥିଲା । ବିଧବା ବୃଦ୍ଧାଙ୍କୁ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ଦାବୀ କରିଛନ୍ତି ।

Leave A Reply

Your email address will not be published.