pakka

ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୧୫ ବଖରା ଘର : ଜୀବନ୍ତ ଜଳିଗଲେ ୨ ଗାଈ

bbehera

ଭଦ୍ରକ : ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ବ୍ଲକ ରହଣିଆ ପଞ୍ଚାୟତର ଆକୁଲି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ୧୫ ବଖରା ଘର । ଜିଅନ୍ତା ଜଳିଗଲେ ୨ ଗାଈ । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ସୂଚନାଯୋଗ୍ୟ, ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ବ୍ଲକ ରହଣିଆ ପଞ୍ଚାୟତର ଆକୁଲି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଥିଲା । ଖବର ପାଇ ଭଣ୍ଡାରିପୋଖରୀ ଓ ଯାଜପୁର ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ଅଗ୍ନିକାଣ୍ଡ ଫଳରେ ୧୫ ବଖରା ଘର ଜଳି ଯିବା ସହ ୨ ଗାଈ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ଛାରଖାର ହୋଇଯାଇଛି । ଏହା ସହ ଏକ ମୋଟର ସାଇକେଲ୍ ମଧ୍ୟ ଜଳିଯାଇଛି । ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।

Leave A Reply

Your email address will not be published.

1 + nineteen =