
ବୌଦ୍ଧ : ବୌଦ୍ଧ ଥାନା ୫୭ ନମ୍ବର ଜାତୀୟ ରାଜପଥ ଖଜୁରୀପଡା ଠାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଶନିବାର ସକାଳେ ଏକ ବୋଲେରୋ ଓ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛନ୍ତି । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୭ ଜଣ ଆହତ ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର କରାଯାଇ ବୌଦ୍ଧ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସୂଚନାନୁଯାୟୀ ପୁରୀରୁ ୯ ଜଣ ଯାତ୍ରୀ ଏକ ବାଲେରୋରେ ବରଗଡ଼ ଫେରୁଥିଲେ । ଖଜୁରୀପଡ଼ା ଗ୍ରାମର ସ୍କୁଲଠାରେ ଏକ ଟ୍ରକ୍ ସହ ବୋଲେରୋଟି ଧକ୍କା ହୋଇଥିଲା । ଫଳରେ ବୋଲେରୋରେ ଥିବା ଯାତ୍ରୀଙ୍କ ମଧ୍ୟରୁ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୭ ଜଣ ଆହତ ହୋଇଥିଲେ । ଆହତମାନଙ୍କୁ ଉଦ୍ଧାର କରାଯାଇ ବୌଦ୍ଧ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏହାର ପ୍ରତିବାଦରେ ସ୍ଥାନୀୟ ଲୋକେ ଜାତୀୟ ରାଜପଥ ଅବରୋଧ କରିଛନ୍ତି । ଘଟଣା ସମ୍ପର୍କରେ ଖବର ପାଇ ବୌଦ୍ଧ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଆରମ୍ଭ କରିଛି । ମୃତକଙ୍କ ପରିଚୟ ମିଳିପାରି ନାହିଁ ।