
ଖୋର୍ଦ୍ଧା : ଭୁବନେଶ୍ୱର ପିତାପଲ୍ଲୀ ଛକରେ ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ୨୫ ଜଣ ଯାତ୍ରୀ ଆହତ ହୋଇଥିବା ସୂଚନା । ଆହତମାନଙ୍କୁ ଖୋର୍ଦ୍ଧା ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନାଯୋଗ୍ୟ ଯେ, ଭୁବନେଶ୍ୱର ପିତାପଲ୍ଲୀ ଛକ ନିକଟରେ ଓଲଟିଲା ‘ନୀଳକଣ୍ଠ’ ନାମକ ଘରୋଇ ଯାତ୍ରୀବାହୀ ବସ୍ । ଭାରସାମ୍ୟ ହରାଇ ବସ୍ଟି ଓଲଟିଥିବା ସୂଚନା ମିଳିଛି । ବସ୍ରେ ପ୍ରାୟ ୫୦ ଜଣ ଯାତ୍ରୀ ଥିଲେ । ସେମାନଙ୍କ ମଧ୍ୟରୁ ୨୫ ଯାତ୍ରୀ ଆହତ ହୋଇଛନ୍ତି । ଆହତ ଯାତ୍ରୀମାନଙ୍କୁ ଖୋର୍ଦ୍ଧା ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ଖୋର୍ଦ୍ଧା ଶିଳ୍ପାଞ୍ଚଳ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଘରୋଇ ବସ୍ଟି ଭୁବନେଶ୍ୱରରୁ ଖୋର୍ଦ୍ଧା ଅଭିମୁଖେ ଆସୁଥିବା ବେଳେ ଦୁର୍ଘଟଣା ଘଟିଥିଲା ।