pakka

ସିରିଆରେ କାର ବୋମା ବିସ୍ଫୋରଣ : ୮ ମୃତ ୨୩ ଆହତ

bbehera

ବେରୁଟ : ରବିବାର ସକାଳେ ତୁର୍କୀ ସମର୍ଥକ ବାହିନୀ ଦ୍ୱାରା ଦଖଲ ହୋଇଥିବା ଉତ୍ତର ସିରିଆର ଏକ ବଜାରରେ କାର୍ ବୋମା ବିସ୍ଫୋରଣ ହୋଇଛି । ଏହି ବିସ୍ଫୋରଣରେ ଆଠ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ଘଟଣାସ୍ଥଳରେ ଉପସ୍ଥିତ ଥିବା ଜଣେ ଯୁଦ୍ଧ ମନିଟର ଏହି ସୂଚନା ଦେଇଛନ୍ତି । ମାନବ ଅଧିକାର ପାଇଁ ସିରିଆର ଅବଜରଭେଟୋରୀ କହିଛି ଯେ ଆଲେପ୍ପୋ ପ୍ରଦେଶର ଆଜାଜର ଏକ ଜନଗହଳିପୂର୍ଣ୍ଣ ବଜାରର କେନ୍ଦ୍ର ସ୍ଥଳରେ ଏକ କାର ବୋମା ବିସ୍ଫୋରଣ ହୋଇଛି । ଏହି ବିସ୍ଫୋରଣରେ ଆଠ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୩ ଜଣ ଆହତ ହୋଇଛନ୍ତି । ମୃତାହତଙ୍କ ସଂଖ୍ୟା ଆହୁରି ବଢ଼ିବାର ଆଶଙ୍କା ରହିଛି । ସିରିଆରେ ନେଟୱାର୍କ ଥିବା ବ୍ରିଟେନ ସ୍ଥିତ ଅବଜରଭେଟୋରୀ, ସମ୍ପର୍କରେ ସୂଚନା ଦେଇଛି । ବିସ୍ଫୋରଣ ସ୍ଥଳରେ ଉଦ୍ଧାର କାର୍ଯ୍ୟରେ ଆମ୍ବୁଲାନ୍ସ ଏବଂ ଉଦ୍ଧାରକାରୀ ଦଳଙ୍କୁ ନିୟୋଜିତ କରାଯାଇଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ କୁହାଯାଇଛି ।

Leave A Reply

Your email address will not be published.

two × 5 =