୩୦ ଫୁଟ ଉଚ୍ଚତାରୁ ତଳକୁ ଖସିଲା ବୋଲେରୋ : ୨ ମୃତ, ୧୦ ଆହତ

ସମ୍ବଲପୁର : ସମ୍ବଲପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ନିର୍ମାଣାଧିନ ବ୍ରିଜରୁ ଖସିପଡ଼ିଲା ବୋଲେରୋ । ବୋଲେରୋଟି ୩୦ ଫୁଟ ଉଚ୍ଚତାରୁ ତଳକୁ ଖସି ପଡିଥିଲା, ଯାହାଫଳରେ ୨ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୦ ଜଣ ଆହତ ହୋଇହେେଇଥିବା ଜଣାପଡ଼ିଛି । ଆହତମାନଙ୍କୁ ବୁର୍ଲା ମେଡିକାଲରେ ଭର୍ତ୍ତି କରାଯାଇଥିବା ଖବର ମିଳିଛି । ରବିବାର ବିଳମ୍ବିତ ରାତିରେ ସମ୍ବଲପୁର ଜିଲ୍ଲା ଯୁଜୁମୁରା ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥର ଝାଙ୍କରପାଲି ନିକଟରେ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । ତେବେ ମୃତକଙ୍କ ପରିଚୟ ମିଳିପାରି ନଥିବା କୁହାଯାଇଛି ।

Leave A Reply

Your email address will not be published.