centurian jitm

ଭାରସାମ୍ୟ ହରାଇ ଓଲଟିଲା ଅଟୋ : ଜଣେ ମୃତ ୪ ଆହତ

ବ୍ରହ୍ମପୁର : ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଜଣେ ମହିଳା ମୃତ, ୪ ଆହତ । ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ବୁଢ଼ୀଘରା ନିକଟରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ବ୍ରହ୍ମପୁର ଏମକେସିଜିରେ ଭର୍ତ୍ତି କରାଯାଇଛି । ସୂଚନାନୁଯାୟୀ, କୁକୁଡାଖଣ୍ଡିରୁ କିଛି ଶ୍ରମିକ ଶ୍ରେଣୀର ଲୋକ କାମ କରିବା ପାଇଁ ବ୍ରହ୍ମପୁର ଅଭିମୁଖେ ଯାଉଥିଲେ । ବୁଦ୍ଧିଘରା ମନ୍ଦିର ନିକଟରେ ଅଟୋଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା । ଏହି ଦୁର୍ଘଟଣାରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ବ୍ରହ୍ମପୁର ଏମକେସିଜିରେ ଭର୍ତ୍ତି କରାଯାଇଛି । ମୃତାହତଙ୍କ ପରିବାର ଲୋକେ ଜାତୀୟ ରାଜପଥ ଅବରୋଧ କରିଛନ୍ତି । ଫଳରେ ବ୍ରହ୍ମପୁର- ଆସିକା ରାସ୍ତାରେ ଯାଉଥିବା ସମସ୍ତ ଗାଡି ଅଟକି ରହିଛି । ଯାତାୟତ ଠପ୍ ହୋଇଯାଇଛି । ଖବର ପାଇ ସଦର ପୁଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଥିବା ଜଣାପଡିଛି । ସମସ୍ତ ଶ୍ରମିକ ଛାତ ପକାଇବାକୁ ଏକ ଅଟୋରେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି ।

Leave A Reply

Your email address will not be published.