ମହାତ୍ମା ଗାନ୍ଧୀଙ୍କ ବାର୍ତ୍ତା ନେଇ ପରିକ୍ରମା କରିବ ଅହିଂସା ରଥ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ସାରା ରାଜ୍ୟରେ ମହାତ୍ମା ଗାନ୍ଧୀଙ୍କ ବାର୍ତ୍ତା ନେଇ ପରିକ୍ରମା କରିବ ଅହିଂସା ରଥ । ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ଏହାର ଶୁଭାରମ୍ଭ କରିବେ । ଅକ୍ଟୋବର ୨ ତାରିଖ ଅର୍ଥାତ୍ ଗାନ୍ଧୀଜୟନ୍ତୀ ପର୍ଯ୍ୟନ୍ତ ଏହି ଭ୍ରାମ୍ୟମାଣ ଏଲଇଡି ଭିଡିଓ ରଥ ସାରା ରାଜ୍ୟ ପରିକ୍ରମା କରିବ । ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ସ୍ଥଳରୁ ୪ଟି ରଥ ସମଗ୍ର ରାଜ୍ୟ ପରିକ୍ରମା ପାଇଁ ଯାତ୍ରା ଆରମ୍ଭ କରିବ । ପ୍ରତି ଜିଲ୍ଲା ମୁଖ୍ୟାଳୟ ଏବଂ ବିଭିନ୍ନ ବ୍ଲକରେ ପହଁଚିବ ଅହିଂସା ରଥ । ଏଥି ସହ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏଥିରେ ବିଭିନ୍ନ ଗୋଷ୍ଠୀ, ସ୍ଥାନୀୟ ପ୍ରତିନିଧି ଏବଂ ସାଧାରଣ ଜନତା ଅଂଶଗ୍ରହଣ କରିବେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.