ଆଜି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୧୦

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଏବେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୧୪୪୯ ରହିଛି । ଆଜି ୨୧୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୨୪ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୮୬ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଲରୁ ୭, ବାଲେଶ୍ୱରରୁ ୬, ବରଗଡ଼ରୁ ୮, ବଲାଙ୍ଗିରରୁ ୧୨, କଟକରୁ ୧୯, ଢେଙ୍କାନାଲରୁ ୧, ଗଞ୍ଜାମରୁ ୩, ଯାଜପୁରରୁ ୮, ଝାରସୁଗୁଡ଼ାରୁ ୪, କଳାହାଣ୍ଡିରୁ ୧୨, କେନ୍ଦ୍ରାପଡାରୁ ୨, କେନ୍ଦୁଝରରୁ ୧, ଖୋର୍ଦ୍ଧାରୁ ୫୧, ମୟୁରଭଞ୍ଜରୁ ୮, ନବରାଙ୍ଗପୁରରୁ ୧, ନୟାଗଡରୁ ୨, ନୂଆପଡାରୁ ୨୩, ପୁରୀରୁ ୫, ରାୟଗଡାରୁ ୨, ସମ୍ବଲପୁରରୁ ୧୧, ସୁନ୍ଦରଗଡରୁ ୧୨ ଓ ଷ୍ଟେଟପୁଲରୁ ୧୨ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ସମୁଦାୟ ୩୩୯୯୦୪ ଜଣ ସଂକ୍ରମିତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୩୬୪୮୨ ଜଣ ସୁସ୍ଥ ହୋଇ ସାରିଛନ୍ତି ।

jittmm
Leave A Reply

Your email address will not be published.