pakka

ଆଜିଠୁ ଶ୍ରୀଜଗନ୍ନାଥ ବସ୍‌ରେ ପୁରୀ ଆସିବେ ଶ୍ରଦ୍ଧାଳୁ

bbehera

ପୁରୀ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାନୁଆରୀ ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କରିଥିଲେ । ଏହା ପରେ ଏହି ମହତ୍ତ୍ୱାକାଂକ୍ଷୀ ପ୍ରକଳ୍ପକୁ ଦୈନିକ ହଜାର ହଜାର ଶ୍ରଦ୍ଧାଳୁ ଦେଖି ଖୁସି ବ୍ୟକ୍ତ କରୁଛନ୍ତି । ସେହିପରି ରାଜ୍ୟର ବିଭିନ୍ନ ସ୍ଥାନରୁ ଭକ୍ତମାନେ ଯେପରି ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ କରିବା ସହ ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ପ୍ରଦକ୍ଷିଣ କରିପାରିବେ ସେ ନେଇ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଭକ୍ତମାନେ ଶ୍ରୀଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ରେ ପୁରୀ ଆସିବେ । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ବସ୍‌ ସୁବିଧା କରାଯାଇଛି । ସୋମବାର ଅର୍ଥାତ ଜାନୁଆରୀ ୨୯ ତାରିଖଠାରୁ ପର୍ଯ୍ୟାୟ କ୍ରମେ ଶ୍ରଦ୍ଧାଳୁଙ୍କ ଆଗମନ ପାଇଁ ବ୍ୟବସ୍ଥା କରାଯାଇଛି । ପ୍ରଥମ ଦିନ ଗଞ୍ଜାମ, ବାଲେଶ୍ୱର, ମୟୂରଭଞ୍ଜ, କଟକ ଓ କେନ୍ଦ୍ରାପଡ଼ା ଜିଲ୍ଲାର କିଛି ଅଞ୍ଚଳରୁ ଜନସାଧାରଣ ଆସିବାର କାର୍ଯ୍ୟକ୍ରମ ରହିଛି ।

jay balangir
Leave A Reply

Your email address will not be published.

ten − six =