pakka

ସଜାଗତା ସଚେତନତା ସପ୍ତାହ ଓ ଜାତୀୟ ଏକତା ଦିବସ ପାଳିତ

bbehera

କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : ତୁରେକେଲା ବ୍ଲକ ଅନ୍ତର୍ଗତ ତୁରେକେଲା କ୍ଳଷ୍ଟର ଅଧିନସ୍ଥ ଲର୍କି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସଜାଗତା ସଚେତନତା ସପ୍ତାହ ଓ ଜାତୀୟ ଏକତା ଦିବସ ପାଳିତ ହୋଇଯାଇଛି । ତୁରେକେଲା କ୍ଳଷ୍ଟରର ସଂଯୋଜକ ବିରଂଚି ନାରାୟଣ ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ସଭାରେ କାଦୋବେଡା କ୍ଳଷ୍ଟର ସଂଯୋଜକ ପ୍ରେମରାଜ ପାଣିଗ୍ରାହୀ, ବିଦ୍ୟାଳୟର ଶିକ୍ଷୟିତ୍ରୀ ବିନୋଦିନୀ ତାଣ୍ଡି, ରଜନୀ ମେହେର, ଶୁଭଦୀପ୍ତା ଦାଶ, ଟିକେଶ୍ୱରୀ ସେଠ, ହିମାଂଶୁ ସାହୁ ଆଦି ଉପସ୍ଥିତ ଥିଲେ । ସଂଯୋଜକ ଶ୍ରୀ ଦାଶ ଛାତ୍ରଛାତ୍ରୀମାନଙ୍କୁ ଶପଥ ପାଠ କରାଇଥିଲେ । ତା’ପରେ ସଜାଗତା ସଚେତନତା ସପ୍ତାହ ଓ ଜାତୀୟ ଏକତା ଦିବସ ଉପରେ ଆଲୋକପାତ କରିଥିଲେ । ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା କରିବାକୁ ପରାମର୍ଶ ଦେଇଥିଲେ ।ସେହିପରି ମାନ୍ଦଲା କ୍ଳଷ୍ଟର ଅନ୍ତର୍ଗତ ପଖନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟ ଭିଜିଲାନ୍ସ ସଚେତନତା ସପ୍ତାହ ଓ ଜାତୀୟ ଏକତା ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟର ଶିକ୍ଷକ ମନୋଜ କୁମାର ତାଣ୍ଡି, ଅଲେଖ ବନଗୋଲା, ବିଶେଶ୍ୱର ମୁଦୁଲି ଓ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ ।

jay balangir
Leave A Reply

Your email address will not be published.

fourteen + two =

error: Content is protected !!