ବସ୍‌ ଉପରେ ଆତଙ୍କବାଦୀଙ୍କ ଆକ୍ରମଣ

ଜମ୍ମୁ କାଶ୍ମୀର : ଜମ୍ମୁରେ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ବସ୍‌ ଉପରେ ଆତଙ୍କୀ ହମ୍‌ଲା ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୧୦କୁ ବୃଦ୍ଧି ପାଇଛି । ୩୩ ଜଣ ଆହତ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଘଟଣା ପରେ ତତ୍ପର ହୋଇଛି ସେନା । ରିଆସୀ ଜିଲ୍ଲାର ତେରଥାୟ ଗାଁରେ ପହଞ୍ଚି ପୋଲିସ ସେନା ମିଳିତ କମ୍ବିଂଅପରେସନ୍‌ ଚଳାଇଛନ୍ତି । ଗତକାଲି ସଂଧ୍ୟା ପ୍ରାୟ ସାଢେ ୬ଟାରେ ଜମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ନାରକୀୟ କାଣ୍ଡ । ରିଆସୀ ଜିଲ୍ଲାରେ ଏକ ତୀର୍ଥଯାତ୍ରୀ ବସ୍‌ ଉପରେ ଅନ୍ଧାଧୂନ ଗୁଳିମାଡ କରିଥିଲେ ଆତଙ୍କବାଦୀ । ଫଳରେ ବସ୍‌ଟି ଦୁର୍ଘଟଣାର ଶିକାର ହୋଇ ଏକ ଖାଇରେ ଖସିପଡିଥିଲା । ଏଥିରେ ୧୦ ଜଣଙ୍କର ମୃତ୍ୟୁ ହେବା ସହ ୩୦ରୁ ଅଧିକ ଆହତ ହୋଇ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି ।

Leave A Reply

Your email address will not be published.