ଯୁବକଙ୍କ ଉପରେ ସଙ୍ଘବଦ୍ଧ ଆକ୍ରମଣ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

ଭଦ୍ରକ : ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଅଞ୍ଚଳରେ ଘରକୁ ଫେରିବା ବେଳେ ଜଣେ ଯୁବକଙ୍କୁ ସଙ୍ଘବଦ୍ଧ ଆକ୍ରମଣ ହୋଇଥିବା ଖବର ମିଳିଛି । ଗୁରୁତର ଜଣକ ନମକଣା ଗ୍ରାମର ପିତାମ୍ବର ଜେନା ବୋଲି ଜଣାପଡିଛି । ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଥିବା ଜଣାପଡିଛି । ସୂଚନାନୁଯାୟୀ, ନମକଣା ଗ୍ରାମର ପିତାମ୍ବର ଜେନା ରବିବାର ମଞ୍ଜୁରୀ ରୋଡ ବଜାରରୁ ଘରକୁ ଫେରୁଥିବା ବେଳେ କେହି ଦୁର୍ବୃତ୍ତ ତାଙ୍କୁ ନମକଣା କେନାଲ ରାସ୍ତାରେ ଆକ୍ରମଣ କରିଥିଲେ । ଦୁର୍ବୃତ୍ତମାନେ ପିତାମ୍ବରଙ୍କ ଗୋଡ, ହାତ ଓ ମୁଣ୍ଡକୁ ହାଣି ଦେଇଥିଲେ । ତେବେ ପିତାମ୍ଵରଙ୍କୁ ଗୁରୁତର ଅବସ୍ଥାରେ ମଞ୍ଜୁରୀରୋଡ଼ ଫାଣ୍ଡି ପୋଲିସ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଭଣ୍ଡାରିପୋଖରୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲା । ହେଲେ ସେଠାରେ ତାଙ୍କର ସ୍ଵାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ଡାକ୍ତର ତାଙ୍କୁ କଟକ ମେଡିକାଲକୁ ସ୍ଥାନାନ୍ତର କରିଛନ୍ତି । ତେବେ ଆକ୍ରମଣର କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ଭଣ୍ଡାରିପୋଖରୀ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Leave A Reply

Your email address will not be published.