om academy

କୁମ୍ଭୀର ଆକ୍ରମଣରେ ଯୁବକ ମୃତ

jsm

ଭଦ୍ରକ : ଭଦ୍ରକ ଜିଲ୍ଲା ତିହିଡି ଥାନା ଅଧିନ କାଁପଡା ପଞ୍ଚାୟତ ଅଞ୍ଚଳରେ କୁମ୍ଭୀର ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ସୂଚନାନୁସାରେ, ବରଣାକୁଳ ଗାଁର ବୁଦ୍ଧିରାମ ମଳିକ ତାଙ୍କର ଜଣେ ସାଙ୍ଗଙ୍କ ସହ ହୀରାଘାଇ ନିକଟକୁ ନଦୀରେ ମାଛ ଧରିବା ପାଇଁ ଯାଇଥିଲେ । ଏହା ସହ ସେଠାରେ ଲଗାଇଥିବା ଜାଲ ଉଠାଉଥିଲେ । ଏହି ସମୟରେ ଏକ କୁମ୍ଭୀର ବୁଦ୍ଧିରାମଙ୍କୁ ନଦୀକୁ ଟାଣି ନେଇଥିଲା । ତେବେ ପରେ ସ୍ଥାନୀୟ ଲୋକେ ଖବର ପାଇ ବନ ବିଭାଗ ଓ ଅଗ୍ନିଶମ ବାହିନୀକୁ ଏନେଇ ଜଣାଇଥିଲେ । ଅଗ୍ନିଶମ ବାହିନୀ ସର୍ଚ୍ଚ ଅପରେସନ କରି ନଦୀରୁ ଏକ କିଲୋମିଟର ଦୂରରେ ଏକ ପଠାରେ କୁମ୍ଭୀର ମୁହଁରୁ ବୁଦ୍ଧିରାମଙ୍କ ମୃତଦେହ ଉଦ୍ଧାର କରିଥିଲେ । ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଦେଖିବାକୁ ମିଳିଛି ।

Leave A Reply

Your email address will not be published.