ବରପାଲିପଡାରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ବରପାଲିପଡାରେ ଜଣେ ଯୁବକଙ୍କୁ ଦୁର୍ବୃତ୍ତମାନେ ଛୁରାମାଡ କରିଥିବା ସୂଚନା ମିଳିଛି । ସୂଚନା ଅନୁସାରେ ଅଙ୍କିତ ସାହୁ ନାମକ ଜଣେ ଯୁବକଙ୍କୁ ଦୁର୍ବୃତ୍ତମାନେ ଛୁରାମାଡ କରି ଫେରାର ହୋଇଯାଇଥିବା ଜଣାପଡ଼ିଛି । ଅଙ୍କିତ ଗୁରୁତର ଅବସ୍ଥାରେ ଏବେ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ଓ ହସ୍‌ପିଟାଲରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଛନ୍ତି । ତେବେ ଦୁର୍ବୃତ୍ତଙ୍କ ଛୁରାମାଡରେ ଅଙ୍କିତଙ୍କ ବେକ ଓ ଛାତିରେ ଗଭୀର ଆଘାତ ଲାଗିଥିବା ଜଣାପଡିଛି । କେଉଁ କାରଣରୁ ଏଭଳି ମରଣାନ୍ତକ ଆକ୍ରମଣର ଶିକାର ହୋଇଛନ୍ତି ଅଙ୍କିତ, ତାହା ସ୍ପଷ୍ଟ ଜଣାପଡି ନଥିବା ବେଳେ ଟାଉନ୍ ଥାନା ପୋଲିସ ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି ।

Leave A Reply

Your email address will not be published.