ନିର୍ବାଚନୀ ହିଂସା : ସମିତି ସଭ୍ୟ ପ୍ରାର୍ଥିନୀଙ୍କୁ ଆକ୍ରମଣ ଅଭିଯୋଗ

ବଣାଇ : ସୁନ୍ଦରଗଡ଼ ଜିଲ୍ଲା ବଣାଇ ବ୍ଲକ ଗୋବିନ୍ଦପୁର ପଞ୍ଚାୟତର ସମିତି ସଭ୍ୟ ପ୍ରାର୍ଥିନୀଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ସୂଚନା ଅନୁସାରେ ଆସନ୍ତା ୧୬ ତାରିଖରେ ହେବାକୁ ଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ବଣାଇରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇବାରେ ଲାଗିଛି । ଏନେଇ ଆଜି ସକାଳେ ଗୋବିନ୍ଦପୁର ପଞ୍ଚାୟତର ସମିତିସଭ୍ୟ ପ୍ରାର୍ଥିନୀ ପୁଷ୍ପିତା ଜେନାଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଜଣାପଡ଼ିଛି । ପୁଷ୍ପିତା ଜେନା ଘୋଷର ଗ୍ରାମ ସ୍ଥିତ ବାସଭବନ ନିକଟରେ ମୁମୂର୍ଷୁ ଅବସ୍ଥାରେ ପଡ଼ିଥିବା ଦେଖିବାକୁ ମିଳିଥିଲା । ତାଙ୍କୁ ପଡ଼ୋଶୀମାନେ ଉଦ୍ଧାର କରି ପ୍ରଥମେ ବଣାଇ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ପରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି । ବଣାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Leave A Reply

Your email address will not be published.