ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ଆନ୍ତର୍ଜାତିକ ଖ୍ୟାତିସଂପନ୍ନ ସେଫ୍‌ ତଥା ଉଦ୍ୟୋଗୀ ବିକାଶ ଖାନ୍ନା

  • ଓଡିଶାର କଳା, ସଂସ୍କୃତି ଓ ପାରମ୍ପରିକ ଖାଦ୍ୟର ଉଚ୍ଚପ୍ରଶଂସା କଲେ
  • ବିକାଶଙ୍କୁ ଓଡିଶାକୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆନ୍ତର୍ଜାତିକ ଖ୍ୟାତିସଂପନ୍ନ ସେଫ୍‌, ଉଦ୍ୟୋଗୀ ତଥା ଲେଖକ ବିକାଶ ଖାନ୍ନା ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଆଲୋଚନା କରିଛନ୍ତି ।

ନିକଟରେ ଶ୍ରୀ ଖାନ୍ନା ସ୍ୱାଧୀନତା ଦିବସ ପାଳନ ଅବସରରେ ନ୍ୟୁୟର୍କ ସହରର ଟାଇମ୍‌ସ ସ୍କୋୟାରଠାରେ ବିଶ୍ୱପ୍ରସିଦ୍ଧ କୋଣାର୍କ ଚକ୍ରର ଏକ ପ୍ରତିରୂପ ସ୍ଥାପନ କରି ଚର୍ଚ୍ଚାରେ ରହିଥିଲେ ।

ଏହି ଆଲୋଚନା ସମୟରେ ଶ୍ରୀ ଖାନ୍ନା ଓଡିଶାର କଳା, ସ୍ଥାପତ୍ୟ, ସଂସ୍କୃତି, ଐତିହ୍ୟ ଓ ଖାଦ୍ୟ ପରମ୍ପରାର ଉଚ୍ଚପ୍ରଶଂସା କରିଥିଲେ । ପୁରୀରେ ଶ୍ରୀ ଜଗନ୍ନାଥ ମନ୍ଦିର ପରିଦର୍ଶନ ସମୟରେ ତାଙ୍କର ସୁଖଦ ଆଧ୍ୟାତ୍ମିକ ଅନୁଭୂତି ସଂପର୍କରେ ସେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ପ୍ରକାଶ କରିଥିଲେ । ବିକାଶ କ୍ଷେତ୍ରରେ ଓଡିଶା ଦ୍ରୁତ ଅଗ୍ରଗତି କରୁଛି ବୋଲି ମତଦେଇ ମୁଖ୍ୟମନ୍ତ୍ରୀଙ୍କ ଦୃଢ ଓ ଦୂରଦୃଷ୍ଟି ସଂପନ୍ନ ନେତୃତ୍ୱ ତଥା ମାନବବାଦୀ ଚିନ୍ତାଧାରାର ଉଚ୍ଚପ୍ରଶଂସା କରିଥିଲେ । କୋଣାର୍କ ଚକ୍ର ବିଶ୍ୱ ଏକତାର ପ୍ରତୀକ ବୋଲି ସେ ମତ ଦେଇଥିଲେ । ମୁଖ୍ୟମନ୍ତ୍ରୀ ମଧ୍ୟ ଶ୍ରୀ ଖାନ୍ନାଙ୍କ ସୃଜନଶୀଳତା ଓ ଔଦ୍ୟୋଗୀକ ମନୋଭାବର ପ୍ରଶଂସା କରିଥିଲେ ଏବଂ ତାଙ୍କୁ ଓଡିଶା ଆସିବାକୁ ନିମନ୍ତ୍ରଣ କରିଥିଲେ । ଏହି ଆଲୋଚନା ସମୟରେ ୫ଟି ସଚିବ ଭି କେ ପାଣ୍ଡିଆନ୍ ଉପସ୍ଥିତ ଥିଲେ ।

Leave A Reply

Your email address will not be published.

1 + eleven =