oom

ଆମ ଓଡିଶା ନବୀନ ଓଡିଶା ପଞ୍ଚାୟତ ସ୍ତରୀୟ ସଚେତନତା କାର୍ଯ୍ୟକ୍ରମ

jsmm

କଳାହାଣ୍ଡି, (ହେମନ୍ତ ସାହୁ) : ରାଜ୍ୟ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନାର ସଫଳତା ନେଇ କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ପ୍ରଶାସନ ପକ୍ଷରୁ ଉର୍ଲାଦାନୀ ପଞ୍ଚାୟତରେ ଆମ ଓଡିଶା ନବୀନ ଓଡିଶା ପଞ୍ଚାୟତ ସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସରପଞ୍ଚ ସୁପ୍ରିୟା ମାଝୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ, ସମ୍ମାନିତ ଅତିଥି ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ କୁଳମଣି ସିଂହ ରାୟ, ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଶ୍ୟାମସୁନ୍ଦର ନାଏକ, ସମିତି ସଭ୍ୟା ମନସ୍ଵିନୀ ରଣା, ନାଏବ ସରପଞ୍ଚ ଗୋବିନ୍ଦ ମାଝୀ, ସମାଜସେବୀ ବିକାଶ ରଞ୍ଜନ ସିଂହଦେଓ, ପ୍ରଦୀପ ପାଣିଗ୍ରାହୀ ଯୋଗଦେଇ ରାଜ୍ୟ ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମ ଓ ଯୋଜନା ସମ୍ପର୍କରେ ଲୋକଙ୍କୁ ସଚେତନ କରିଥିଲେ । ସ୍ଥାନୀୟ ଲୋକଙ୍କ ଅଭିଯୋଗ ଏବଂ ଆବଶ୍ୟକକୁ ଭିତ୍ତି କରି ନିର୍ମାଣ ହୋଇଥିବା ବିଭିନ୍ନ ଉନ୍ନୟନ ପ୍ରକଳ୍ପର କାର୍ଯ୍ୟର ବିକାଶ ନେଇ ଲୋକଙ୍କୁ ସଭା ମାଧ୍ୟମରେ ସଚେତନ କରାଯାଇଛି । ପଞ୍ଚାୟତ ନିର୍ବାହୀ ଅଧିକାରୀ ରମାକାନ୍ତ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ସାଂସ୍କୃତିକ କାର୍ଯ୍ୟକ୍ରମରେ କୁନି କଳାକାରମାନଙ୍କ ଦ୍ୱାରା ନୃତ୍ୟ ପରିବେଷିତ ହୋଇଥିଲା । କାର୍ଯ୍ୟକ୍ରମରେ ସାମ୍ବାଦିକ ହେମନ୍ତ ସାହୁ ମଞ୍ଚ ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମରେ ଶତାଧିକ ପୁରୁଷ ମହିଳା ଉପସ୍ଥିତ ଥିବାବେଳେ ଜିଆର୍‌ଏସ୍‌ ବୈବସୂତ ସାହୁଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।

jittmm
Leave A Reply

Your email address will not be published.