ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତି ଚାଲିଗଲେ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତିଙ୍କ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୩ବର୍ଷ ହେଉଥିଲା । କରୋନାରେ ସଂକ୍ରମିତ ହୋଇ ଭୁବନେଶ୍ୱରରେ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ଅମରେନ୍ଦ୍ର । ଗତ କିଛି ଦିନ ହେବ ସେ ଭେଣ୍ଟିଲେଟରରେ ଥିଲେ । ତେବେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ସେ ପ୍ରାଣତ୍ୟାଗ କରିଛନ୍ତି । ତାଙ୍କ ଦେହାନ୍ତ ନେଇ ପରିବାର ଲୋକଙ୍କ ପକ୍ଷରୁ ସୂଚନା ମିଳିଛି । ବୁଲୁ ଭାଇ ଭାବେ ସମସ୍ତଙ୍କର ଅତି ପରିଚିତ ଥିଲେ ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତି । ସୁନା ପଞ୍ଜୁରୀ ଫିଲ୍ମର ‘ପୁଚୁକି ଗାଲି’ ପାଇଁ ବେଶ୍‌ ପ୍ରସିଦ୍ଧି ଲାଭ କରିଥିଲେ ଅମରେନ୍ଦ୍ର । ତାଙ୍କ ବିୟୋଗରେ ଫିଲ୍ମ ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ମନେ କରାଯାଉଛି ।

Leave A Reply

Your email address will not be published.