୨୬ରେ ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର : ଆସନ୍ତା ୨୬ ତାରିଖରେ ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ୍ ଶାହା । ଏହି ଅବସରରେ ଶ୍ରୀ ଶାହା ଭଦ୍ରକ ଲୋକସଭା ନିର୍ବାଚନମଣ୍ଡଳୀରେ ଅନୁଷ୍ଠିତ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବା ସହିତ ଧାମନଗର ବିଧାନସଭା ନିର୍ବାଚନମଣ୍ଡଳୀର ପାଳସାହି ଗ୍ରାମପଂଚାୟତ ଅନ୍ତର୍ଗତ ସାଁଆଳପୁରଠାରେ ଅନୁଷ୍ଠିତ ସାଧାରଣ ସଭାକୁ ଉଦ୍‌ବୋଧନ ଦେବେ ବୋଲି ରାଜ୍ୟ ସାଧାରଣ ସଂପାଦକ ଡ.ଲେଖାଶ୍ରୀ ସାମନ୍ତସିଂହାର ସୂଚନା ଦେଇଛନ୍ତି । କେନ୍ଦ୍ରମନ୍ତ୍ରୀ ଶ୍ରୀ ଶାହା ୨୬ ତାରିଖ ସକାଳେ ଭୁବନେଶ୍ୱର ପହଂଚିବା ପରେ ଭଦ୍ରକ ଲୋକସଭା ଅନ୍ତର୍ଗତ ଆରଡିକୁ ଯାଇ ପ୍ରଭୁ ଶ୍ରୀ ଆଖଣ୍ଡଳମଣୀ ଦର୍ଶନ କରି ଆର୍ଶୀବାଦ ନେବେ । ଭଦ୍ରକ ଲୋକସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ସମସ୍ତ ୭ଟି ବିଧାନସଭା ନିର୍ବାଚନମଣ୍ଡଳୀର କାର୍ଯ୍ୟକର୍ତ୍ତାଙ୍କୁ ଶ୍ରୀ ଶାହା ସାଁଆଳପୁର ସଭାରେ ଉଦ୍‌ବୋଧନ ଦେବେ । ଅପରାହ୍ନରେ ଶ୍ରୀ ଶାହା ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରି ରାଜ୍ୟ କାର୍ଯ୍ୟାଳୟଠାରେ ବରିଷ୍ଠ ନେତା ତଥା ପ୍ରମୁଖ ପଦାଧିକାରୀଙ୍କ ସହ ଆଲୋଚନା କରିବା ପରେ ସଂଧ୍ୟାରେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ବୋଲି ଡ.ଲେଖାଶ୍ରୀ ସୂଚନା ଦେଇଛନ୍ତି । ଏହି ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ଗଣମାଧ୍ୟମ ମୁଖ୍ୟ ଦିଲ୍ଲୀପ ମଲ୍ଲିକ, ସଂଖ୍ୟାଲଘୁ ମୋର୍ଚ୍ଚା ରାଜ୍ୟ ସଭାପତି ସିକନ୍ଦର ଅଲ୍ଲୀ, ସାମାଜିକ ପ୍ରକୋଷ୍ଠ ରାଜ୍ୟ ସଂଯୋଜକ ରଶ୍ମିରଞ୍ଜନ କାନୁନଗୋ ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.

6 + 9 =