ଆନନ୍ଦନଗର ଠାରେ ନୂଆଁଖାଇ ଭେଟଘାଟରେ ଯୋଗ ଦେଲେ ପୌରାଧ୍ୟକ୍ଷା ଲିକା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ୱାର୍ଡ ନଂ. ୫ର ଆନନ୍ଦନଗର ଠାରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବଲାଙ୍ଗିର ପୌରପରିଷଦର ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ୱାର୍ଡରେ ରହିଥିବା ବିଭିନ୍ନ ସମସ୍ୟା ଶ୍ରୀଘ୍ର ସମାଧାନ ପାଇଁ ପ୍ରତିଶୃତି ଦେଇଥିଲେ । ଏହି ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମରେ ବିଭିନ୍ନ ପ୍ରକାରର ସାଂସ୍କୃତିକ କାର୍ଯ୍ୟକ୍ରମମାନେ ମଧ୍ୟ କରାଯାଇଥିଲା । ଏଥିରେ ପୌରାଧ୍ୟକ୍ଷା ଶ୍ରୀମତୀ ସାହୁଙ୍କ ସମତେ ସ୍ଥାନୀୟ କାଉନ୍‌ସିଲର ମଧ୍ୟ ଉପସ୍ଥିତ ଥିଲେ ।

Leave A Reply

Your email address will not be published.

1 × five =