pakka

କଣ୍ଟାବାଞ୍ଜି ଡ୍ରାଇଭର ସଂଘ ପକ୍ଷରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଷ୍ଟିୟରିଂ ଛାଡ ଆନ୍ଦୋଳନ

bbehera

କଣ୍ଟାବାଞ୍ଜି, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ସହରର ଇନ୍ଦିରା ଛକ ଓ ବିଭିନ୍ନ ଛକ ସ୍ଥାନରେ କଣ୍ଟାବାଞ୍ଜି ଡ୍ରାଇଭର ସଂଘ ୧୦ ଦଫା ଦାବୀ ନେଇ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଷ୍ଟିୟରିଂ ଛାଡ ଆନ୍ଦୋଳନ ଜାରି ରଖିଛନ୍ତି । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୧୦ ଦଫା ନେଇ ଦାବୀପତ୍ର ପ୍ରଦାନ କରାଯାଇଥିବା ଜଣାପଡ଼ିଛି । କଣ୍ଟାବାଞ୍ଜି ଡ୍ରାଇଭର ସଂଘ ପକ୍ଷରୁ କୁହାଯାଇଛି ଯେ, ଦାବୀ ପୂରଣ ନ ହେଲେ ଆନ୍ଦୋଳନ ଜାରି ରହିବ । ତେବେ କଣ୍ଟାବାଞ୍ଜି ଅଞ୍ଚଳରେ ଡ୍ରାଇଭର ସଂଘ ଶାନ୍ତି ଶୃଙ୍ଖଳା ସହ ଏହି ଆନ୍ଦୋଳନ କରୁଥିବା ଦେଖିବାକୁ ମିଳିଛି ।

Leave A Reply

Your email address will not be published.

11 + 7 =