ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି : ଅଙ୍ଗନବାଡି କେନ୍ଦ୍ରକୁ ଉନ୍ନୀତ ହେଲେ ୨୮୩୬ ମିନି ଅଙ୍ଗନବାଡି କେନ୍ଦ୍ର

  • ବାର୍ଷିକ ଅତିରିକ୍ତ ୧୮.୭୫ କୋଟି ଟଙ୍କା ବହନ କରିବେ ରାଜ୍ୟ ସରକାର

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟର ୨୮୩୬ ମିନି ଅଙ୍ଗନବାଡିକୁ ଉନ୍ନୀତ (upgrade) କରାଯାଇ ଅଙ୍ଗନବାଡି କେନ୍ଦ୍ରରେ ରାଜ୍ୟ ସରକାର ପରିଣତ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂପର୍କୀତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ସୂଚନାଯୋଗ୍ୟ ଯେ ରାଜ୍ୟରେ ଶିଶୁ ଓ ମହିଳା ମାନଙ୍କ ସ୍ବାସ୍ଥ୍ୟ ଓ ସଚେତନତା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟ ସରକାର ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ 74154 ଅଙ୍ଗନବାଡି କେନ୍ଦ୍ର ମଧ୍ୟରୁ 10416 ମିନି ଅଙ୍ଗନବାଡି ଥିଲାö ତନ୍ମଧ୍ୟରୁ 2836 ମିନି ଅଙ୍ଗନବାଡି ଏବେ ଉନ୍ନୀତ ହେଲାö

ଏହାସହିତ ଏହି ଅଙ୍ଗନବାଡି କେନ୍ଦ୍ର ଗୁଡିକର ବିଭିନ୍ନ କାର୍ଯ୍ୟ ପରିଚାଳନା ପାଇଁ ଯଥା – ଔଷଧ, ଆସବାବପତ୍ର ଓ ପ୍ରଶାସନିକ ଖର୍ଚ୍ଚ ତୁଲାଇବା ପାଇଁ ଅଧିକ ପାଣ୍ଠିର ବ୍ୟବସ୍ଥା ମଧ୍ୟ କରାଯିବ । ଏଥିପାଇଁ ସାରା ରାଜ୍ୟରେ ୧୧୪ଟି ସୁପର ଭାଇଜର ପଦବୀ ସୃଷ୍ଟି କରାଯାଇଛି । ଏହି ଅପଗ୍ରେଡେସନ ସହିତ ପ୍ରତ୍ୟେକ ଅଙ୍ଗନବାଡି କେନ୍ଦ୍ରରେ ଅଙ୍ଗନବାଡି କର୍ମୀଙ୍କୁ (Anganwadi Worker) ସହାୟତା କରିବା ପାଇଁ ଜଣେ ଜଣେ ଅଙ୍ଗନବାଡି ସହାୟକ (Anganwadi Helper) ନିଯୁକ୍ତ କରାଯିବ । ଏହିପରି ୨୮୩୬ ଅଙ୍ଗନବାଡି ସହାୟକଙ୍କୁ ନିଯୁକ୍ତ କରାଯିବ ଏବଂ ଏହା ସହିତ, ୨୮୩୬ ମିନି ଅଙ୍ଗନବାଡି କର୍ମୀ ପଦବୀକୁ ଉନ୍ନୀତ (upgrade) କରାଯାଇ ଅଙ୍ଗନବାଡି କର୍ମୀ ପଦବୀ ସୃଷ୍ଟି କରାଯିବ । ଏଥିପାଇଁ ରାଜ୍ୟ ସରକାର ବାର୍ଷିକ ଅତିରିକ୍ତ ୧୮,୭୫,୪୧,୪୪୦ ଟଙ୍କା ଖର୍ଚ୍ଚ କରିବେ ।

Leave A Reply

Your email address will not be published.

four × 4 =