pakka

ଅଙ୍ଗନୱାଡି କର୍ମଚାରୀଙ୍କ ପାଇଁ ଖୁସି ଖବର : ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଲାଭବାନ ହେବେ ୧. ୩୦ ଲକ୍ଷ କର୍ମୀ ଓ ସହାୟିକା

bbehera

ଭୁବନେଶ୍ୱର : ଅଙ୍ଗନୱାଡି କର୍ମଚାରୀଙ୍କ ପାଇଁ ଖୁସି ଖବର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଅଙ୍ଗନୱାଡି କର୍ମଚାରୀଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି । ଅଙ୍ଗନୱାଡି କର୍ମୀମାନେ ସେବା ନିବୃତ ହେବା ସମୟରେ ୨୦ ହଜାର ଟଙ୍କା ବଦଳରେ ଏବେ ଏକକାଳୀନ ୪୦ ହଜାର ଟଙ୍କା ପ୍ରୋତ୍ସାହନ ରାଶି ପାଇବେ । ମିନି ଅଙ୍ଗନୱାଡି କର୍ମୀମାନଙ୍କର ପ୍ରୋତ୍ସାହନ ରାଶି ୧୫ ହଜାର ଟଙ୍କାରୁ ୩୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ସେହିପରି ଅଙ୍ଗନୱାଡି ସହାୟିକା ମାନଙ୍କର ପ୍ରୋତ୍ସାହନ ରାଶି ୧୦ ହଜାର ଟଙ୍କାରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି ।

ସୂଚନାଯୋଗ୍ୟ ଯେ, ଏହି ନୂତନ ପ୍ରୋତ୍ସାହନ ରାଶି ପିଛଲା ଭାବେ ୨୦୧୯ ଜାନୁଆରୀ ପହିଲା ଠାରୁ ଲାଗୁ କରାଯାଇଛି । ଏହାଦ୍ୱାରା ବର୍ତ୍ତମାନ ସୁଦ୍ଧା ସେବା ନିବୃତ ହୋଇଥିବା ୧୯୯୧ ଜଣ ଅଙ୍ଗନୱାଡି କର୍ମୀ, ମିନି ଅଙ୍ଗନୱାଡି କର୍ମୀ ଓ ଅଙ୍ଗନୱାଡି ସହାୟିକା ଉପକୃତ ହେବେ । ଏହି ଘୋଷଣା ଦ୍ୱାରା ରାଜ୍ୟର ୧ ଲକ୍ଷ ୩୦ ହଜାର ଅଙ୍ଗନୱାଡି କର୍ମୀ ଉପକୃତ ହେବେ । ସେହିପରି ଅଙ୍ଗନୱାଡି କର୍ମୀ, ମିନି ଅଙ୍ଗନୱାଡି କର୍ମୀ ଓ ଅଙ୍ଗନୱାଡି ସହାୟିକାମାନେ କାର୍ଯ୍ୟରତ ଥିବା ସମୟରେ ଅସୁସ୍ଥତା ଯୋଗୁ କୌଣସି ସରକାରୀ କିମ୍ବା ସରକାରଙ୍କ ଦ୍ୱାରା ତାଲିକାଭୁକ୍ତ ଚିକିତ୍ସାଳୟରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଥିଲେ, ସେମାନଙ୍କୁ ସେହି ସମୟ ପାଇଁ ପ୍ରତିବର୍ଷ ସବୈତନିକ ଚିକିତ୍ସା ଛୁଟି ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

Leave A Reply

Your email address will not be published.

twenty − 8 =