ଅଡାକଷା ପ୍ରାଥମିକ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ

ସୁବର୍ଣ୍ଣପୁର, (ସୁଶୀଲ କୁମାର ମିଶ୍ର) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ଧାରିବାଞ୍ଜି କ୍ଲଷ୍ଟର ଅଡାକଷା ପ୍ରାଥମିକ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ସ୍ଥାନୀୟ ଖେଳପଡିଆରେ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ନାରଦ ସୁନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ଚିତ୍ତରଞ୍ଜନ ଠାକୁର ମୁଖ୍ୟ ଅତିଥିଭାବେ ଯୋଗଦେଇ ଦୀପ ପ୍ରଜ୍ୱଳନ ପୂର୍ବକ ଉଦ୍‌ଘାଟନ କରିଥିଲେ । ସମ୍ମାନିତ ଅତିଥିଭାବେ ଅଡାକଷା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ବୃନ୍ଦାବନ ଭୋଇ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଧନୁ ପଧାନ, ଅବିଭାବକ ବିଦ୍ୟାଧର ଖେତି ଯୋଗଦେଇ ବାର୍ଷିକ କ୍ରୀଡା ଉତ୍ସବର ମହତ୍ୱ ବିଷୟରେ ଆଲୋକପାତ କରି କ୍ରୀଡା କ୍ଷେତ୍ରରେ ଆଗଭର ହେବା ପାଇଁ ଉତ୍ସାହିତ କରିଥିଲେ । ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ବର୍ଗରେ ଦୌଡ଼, ଉଚ୍ଚ ଡିଆଁ, ଲମ୍ବ ଡିଆଁ, ସଟ ପୁଟ, ଡିସ୍କସ ଥ୍ରୋ, ମ୍ୟୁଜିକ ଚେୟାର, ପୁଚି ପରି ଇଭେଣ୍ଟରେ ଖେଳ ଅନୁଷ୍ଠିତ ହୋଇଥିଲା । ପାଚିକା ସହାୟିକା ବାସନ୍ତୀ ହାତୀ, ଯଶୋବନ୍ତି ହାତୀ, ରଏବାରି ପୋଢ଼ ସହଯୋଗ କରିଥିଲେ । ଶେଷରେ ଶିକ୍ଷକ ରାଜକେତନ ସୁନା ଧନ୍ୟବାଦ ଅର୍ପଣ କରିଥିଲେ ।

jittmm
Leave A Reply

Your email address will not be published.