ଗୁମାକିଆ ବିଦ୍ୟାଳୟର ଦ୍ୱିତୀୟ ବାର୍ଷିକ ଉତ୍ସବ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ରୁତୁଙ୍ଗିଆ ପଞ୍ଚାୟତ ଗୁମାକିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦ୍ୱିତୀୟ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସୁମ୍ବିରା ମଳିକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଉତ୍ସବରେ ରୁତୁଙ୍ଗିଆ ପଞ୍ଚାୟତ ସରପଞ୍ଚ ଶ୍ରୀମତୀ ପିଙ୍କି ପ୍ରଧାନ ମୁଖ୍ୟ ଅତିଥିଭାବେ ଯୋଗଦେଇ ଦୀପ ପ୍ରଜ୍ୱଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ । ଏଥିରେ ଅନ୍ୟ ଅତିଥିମାନଙ୍କ ମଧ୍ୟରେ ମୁଖ୍ୟବକ୍ତା ଭାବେ ରୁତୁଙ୍ଗିଆ ପଞ୍ଚାୟତ ଆଞ୍ଚଳିକ ସାଧନ କର୍ମୀ ସାବତ ପ୍ରଧାନ, ସମ୍ମାନିତ ଅତିଥିଭାବେ ରୁତୁଙ୍ଗିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନିରଞ୍ଜନ ବେହେରା, ପିଇଓ ସୁଶାନ୍ତ କୁମାର ବେହେରା, ଗାଲିଗୁରା ପଞ୍ଚାୟତ ସିଆରସିସି ଜୟ ପ୍ରକାଶ ପ୍ରଧାନ ପ୍ରମୁଖ ଯୋଗଦେଇ ଶିକ୍ଷା, ଶିକ୍ଷକ ଓ ଛାତ୍ରଛାତ୍ରୀର ଗୁରୁତ୍ୱ ସମ୍ପର୍କରେ ସମ୍ୟକ ଅଭିଭାଷଣ ପ୍ରଦାନ କରିଥିଲେ । ପ୍ରଧାନ ଶିକ୍ଷକ କୈଳାଶ ଚନ୍ଦ୍ର ପଣ୍ଡା ଅତିଥିମାନଙ୍କର ପରିଚୟ ପ୍ରଦାନ କରି ବାର୍ଷିକ ବିବରଣୀ ପଠନ କରିଥିଲେ । ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀମାନଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା । ଶେଷରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା । ଏଥିରେ ସତ୍ୟ ନାରାୟଣ ତ୍ରିପାଠୀ ପରିଚାଳନା କରିଥିବା ବେଳେ ଭକ୍ତ ବତ୍ସଳ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.