oom

ବଙ୍ଗୋମୁଣ୍ଡା ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

jsmm

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦର ଠାରେ ଥିବା ବଙ୍ଗୋମୁଣ୍ଡା ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ବାଗଦେବୀ ସରସ୍ୱତୀଙ୍କୁ ପୂଜାର୍ଚ୍ଚନା କରାଯିବା ପରେ ସଭକାର୍ଯ୍ୟ ଆରମ୍ଭ ହୋଇଥିଲା । ସାଧାରଣ ସଭାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ହୃଦୟବାନ ଛତ୍ରିଆଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥିଭାବେ ଶିକ୍ଷାବିତ ବିଷ୍ଣୁପ୍ରସାଦ ସାହୁ, ମୁଖ୍ୟବକ୍ତା ଭାବେ ରାଜ୍ୟପାଳ ପୁରସ୍କାରପ୍ରାପ୍ତ ଶିକ୍ଷକ ଡ଼ଃ ନାରାୟଣ ମିଶ୍ର, ସମ୍ମାନୀୟ ଅତିଥିଭାବେ ଅଲଣ୍ଡା ରାଜୀବ ଗାନ୍ଧୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଧାଂଶୁ ଶେଖର ରାୟତରାୟ, ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ବଙ୍ଗୋମୁଣ୍ଡାର ସମ୍ବାଦିକ ହୁଲେଶ୍ୱର ହଂସ, ସାମ୍ବାଦିକ ଅନିଲ ଖମାରି ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ । ଶିକ୍ଷକ ଚୈତନ୍ୟ ମହାନନ୍ଦ ସଭା ସଂଯୋଜନା କରିଥିବା ବେଳେ ଶିକ୍ଷକ ଜଳନ୍ଧର ଛତ୍ରିଆ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଶିକ୍ଷକ ରିତା ଶବର, ଆଶିଷ ଦେବ ସା, ଚନ୍ଦ୍ରିକା ଯାନୀ, ସୁନିତା ମାଝୀ, ସୁଧାଂଶୁ ସାହୁ, ହରେ ଭୋଇ, ଗଣେଶ ଦଳେଇ, ଡାକେସ୍ୱର ମେହେର, କିରାଣୀ ଭୀମରାଜ ସାହୁ, ପିଅନ ଓମକାର ଠାକୁର, ମୋତି ମଞ୍ଜରୀ ପ୍ରଧାନ, କନକ ପାଣିଗ୍ରାହୀଙ୍କ ସହ କର୍ମଚାରୀମାନେ ସହଯୋଗ କରିଥିଲେ । ବିଭିନ୍ନ ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀମାନଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା । ପରେ ଛାତ୍ରୀମାନଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା ଏଥିରେ ସମସ୍ତ ଶିକ୍ଷକ ଓ କର୍ମଚାରୀମାନେ ସହଯୋଗ କରିଥିଲେ ।

jittmm
Leave A Reply

Your email address will not be published.