om academy

ଆକାଶ ମାର୍ଗରୁ କେନ୍ଦ୍ରାପଡା ଜିଲ୍ଲାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ

jsm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି ଆକାଶ ମାର୍ଗରୁ କେନ୍ଦ୍ରାପଡା ଜିଲ୍ଲାର ଲୁଣା, ଚିତ୍ରୋତ୍ପଳା ନଦୀର ଦ୍ୱୀପାଞ୍ଚଳ, ପାଇକା ନଦୀ ଦ୍ୱୀପାଞ୍ଚଳ, ଜଗତସିଂହପୁର ଜିଲ୍ଲା କୁଜଙ୍ଗ, ନାଉଗାଁ ଓ ପୁରୀ ଜିଲ୍ଲାର ଗୋପ, ନିମାପଡା, ଅସ୍ତରଙ୍ଗ, ଡେଲାଙ୍ଗ, ପିପିଲି, କଣାସ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି । ବନ୍ୟାରେ ବ୍ୟାପକ ଅଞ୍ଚଳ, ଜଳମଗ୍ନ ହେବା ସହିତ ଅନେକ ଚାଷ ଜମି ଓ ବାସଗୃହ କ୍ଷତିଗ୍ରସ୍ତ ହୋଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଚିନ୍ତାପ୍ରକଟ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ସଚିବ ୫ଟି ଭି କେ ପାଣ୍ଡିଆନ ମଧ୍ୟ୍ୟ ବନ୍ୟାଞ୍ଚଳ ପରିଦର୍ଶନରେ ଯାଇଥିଲେ । ପ୍ରଭାବିତ ଅଞ୍ଚଳରେ ଚାଲିଥିବା ସମସ୍ତ ପ୍ରକାର ସହାୟତା ଯଥା : ରିଲିଫ୍ ଓ ରନ୍ଧା ଖାଦ୍ୟ ଯୋଗାଣ, ସ୍ୱାସ୍ଥ୍ୟସେବା, ପାନୀୟ ଜଳ ଯୋଗାଣକୁ ତ୍ୱରାନ୍ୱିତ କରିବା ସହିତ ପ୍ରଭାବିତ ଗୋରୁଗାଈମାନଙ୍କୁ ଆବଶ୍ୟକୀୟ ଗୋଖାଦ୍ୟ ଓ ପଶୁ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବନ୍ୟାଂଚଳରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ କ୍ଷତିଗ୍ରସ୍ତ ଅଞ୍ଚଳ ପାଇଁ ରିଲିଫ ସହାୟତା ଘୋଷଣା କରିଛନ୍ତି । ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲା ଯେଉଁ ଗାଁମାନଙ୍କରେ ପାଣି ପଶିଛି ସେଠାରେ ବିପନ୍ନ ଲୋକମାନଙ୍କୁ ୧୫ଦିନ ରିଲିଫ ସହାୟତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ସେହିପରି ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ ଓ ଅନୁଗୁଳ ଜିଲ୍ଲାରେ ପାଣି ପଶିଥିବା ଗାଁର ଲୋକମାନଙ୍କୁ ସାତ ଦିନ ପାଇଁ ରିଲିଫ ଦିଆଯିବ । ପାଣି ଛାଡିବାର ସାତଦିନରେ କ୍ଷୟକ୍ଷତି ଆକଳନ କରିବା ଏବଂ ତାର ୧୫ଦିନ ଭିତରେ ଘରଭଙ୍ଗା ଓ ଫସଲ କ୍ଷତି ସହାୟତା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ, ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.