pakka

କୋଭିଡରେ ମୃତ୍ୟବରଣ କରିଥିବା ୧୭ ଜଣ କର୍ମଜୀବୀ ସାମ୍ବାଦିକଙ୍କ ପାଇଁ ୨ କୋଟି ୫୫ ଲକ୍ଷ ଟଙ୍କା ମଂଜୁର

bbehera

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ଅନୁମୋଦନ କ୍ରମେ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ କେଭିଡ୍‌-୧୯ ମହାମାରୀ ଯୋଗୁଁ ମୃତ୍ୟୁବରଣ କରିଥିବା ୧୭ ଜଣ କର୍ମଜୀବୀ ସାମ୍ବାଦିକ ପରିବାରକୁ ୧୫ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ମଂଜୁର କରିଛି । ଭୁବନେଶ୍ୱର ୪ ଜଣ, ବଲାଙ୍ଗିର ୩ ଜଣ, ଗଞ୍ଜାମ ଜିଲ୍ଳାର ୭ ଜଣ, କଳାହାଣ୍ଡି ଜିଲ୍ଲାର ଜଣେ ଓ ଯାଜପୁର ଜିଲ୍ଲାର ୨ ଜଣ କର୍ମଜୀବୀ ସାମ୍ବାଦିକ ଏଥିରେ ଅର୍ନ୍ତଭୁକ୍ତ । ‘ଜି-ଓଡିଶା’ର ଭୁବନେଶ୍ୱରରେ କାର୍ଯ୍ୟକରୁଥିବା ସ୍ୱର୍ଗତ ମାନସ ଜୟପୁରିଆ, ବରିଷ୍ଠ ସାମ୍ବାଦିକ ବସନ୍ତ ଦାସ, ‘ଆଜିକାଲି’ର ସାମ୍ବାଦିକ ବିଜୟଲକ୍ଷ୍ମୀ ମହାନ୍ତି, ‘ଟାଇମସ୍‌ ଅଫ୍‌ ଇଣ୍ଡିଆ’ର ସ୍ୱର୍ଗତ ପ୍ରୀତିମାନ୍‌ ମହାପାତ୍ରଙ୍କ ପରିବାରବର୍ଗ ୧୫ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ପାଇବେ । ସେହିପରି ଗଞ୍ଜାମ ଜିଲ୍ଲାର ‘ଟିଭି ନ୍ୟୁଜ ୬(ୱେବ୍‌)’ର ସାମ୍ବାଦିକ ଗୋବିନ୍ଦ ବେହେରା, ‘ସମ୍ବାଦ’ର ପ୍ରଦୀପ କିଶୋର ସାହୁ, ‘ସମାଜ’ର କିଶୋର ଜନ୍ଦ୍ର ଦାଶ, ‘ଓଡିଶା ଫାଇଲସ୍‌’ର ନରେଶ କୁମାର ବେହେରା ,‘କଳିଙ୍ଗ ଜ୍ୟୋତି, ନନ୍ଦିନୀ’ର ସାମ୍ବାଦିକ ରତ୍ନାକର ମହାରଣା, ବ୍ଲକ୍‌ କରେସ୍‌ପଣ୍ଡେଣ୍ଟ ନିଳୟ ରଞ୍ଜନ ପଟ୍ଟନାୟକ, ‘ଅନୁପମ ଭାରତ’ର କରୁଣାକର ସାହୁ, ବଲାଙ୍ଗିର ଜିଲ୍ଲାର ‘ସମ୍ବାଦ’ର ସାମ୍ବାଦିକ ଶୁଭ୍ରାଂଶୁ ଶେଖର ମିଶ୍ର ଏବଂ ଜତୀଶ ଜନ୍ଦ୍ର ଖମାରୀ, ‘ପ୍ରଗତିବାଦୀ’ର କୈଳାଶ ଚନ୍ଦ୍ର ସାହୁ, ‘ନକ୍ଷତ୍ର ଟିଭି’ର ମଳାହାଣ୍ଡି ଜିଲ୍ଲା ପ୍ରତିନିଧି ଭାନୁପ୍ରକାଶ ରଥ, ଯାଜପୁର ଜିଲ୍ଲାର ‘ମନ୍ଥନ’ର ସାମ୍ବାଦିକ ଅଶୋକ କୁମାର ସାହୁ, ‘ଲୋକସଂପର୍କ’ର ସାମ୍ବାଦିକ ପ୍ରଭାତ କୁମାର ରାଉତରାୟଙ୍କ ନିକଟତମ ସଂପର୍କୀୟଙ୍କୁ ଏହି ଅନୁକମ୍ପାମୂଳକ ସହାୟତା ମିଳିବ । କୋଭିଡ୍‌ରେ ମୃତ୍ୟୁବରଣ କରିଥିବା ଆଉ କିଛି ସାମ୍ବାଦିକଙ୍କ ପ୍ରସ୍ତାବ ମଧ୍ୟ ବିଭାଗର ବିଚାରାଧିନ ରହିଛି ସେ ବାବଦରେ ଜିଲ୍ଲାସ୍ତରରେ ଅନସନ୍ଧାନ ଜାରି ରହିଛି । ଖୁବ୍‌ ଶୀଘ୍ର ଯୋଗ୍ୟ ବିବେଚିତ ପ୍ରସ୍ତାବ ଗୁଡିକୁ ମଂଜୁର କରାଯାଇ ଅନୁକମ୍ପା ରାଶି ପ୍ରଦାନ କରାଯିବା ପାଇଁ ପଦକ୍ଷେପ ନିଆଯିବ ।
ପ୍ରକାଶ ଯୋଗ୍ୟ ଯେ, କୋଭିଡ-୧୯ରେ ମୃତ୍ୟୁବରଣ କରିଥିବା ଏହି ୧୭ ଜଣ କର୍ମଜୀବୀ ସାମ୍ବାଦିକଙ୍କ ପରିବାରବର୍ଗଙ୍କୁ ଅନୁକମ୍ପାମୂଳକ ସହାୟତା ପାଇଁ ସମୁଦାୟ ୨ କୋଟି ୫୫ ଲକ୍ଷ ଟଙ୍କା ମଂଜୁର କରାଯାଇଛି । ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ଏହି ଅର୍ଥ ପ୍ରଦାନ କରାଯିବ ।

jay balangir
Leave A Reply

Your email address will not be published.

5 − one =

error: Content is protected !!