pakka

କଟକ ଚଣ୍ଡୀ ପୀଠର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ

bbehera

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କଟକର ଅଧିଷ୍ଠାତ୍ରୀ ଦେବୀ ମା’ କଟକ ଚଣ୍ଡୀ ପୀଠର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଲି ଅନୁମୋଦନ କରିଛନ୍ତି । ଏଥିପାଇଁ ୭୦ କୋଟି ଟଙ୍କା ଖର୍ଚ୍ଚ ହେବ । ଭକ୍ତମାନଙ୍କ ପାଇଁ ବିଭନ୍ନ ସୁବିଧା ସୁଯୋଗ ସହିତ ଏକ ସୁନ୍ଦର ଅଧ୍ୟାତ୍ମିକ ପରିବେଶ ସୃଷ୍ଟି କରାଯିବ । ଏହାର କାମ ଏକ ବର୍ଷରେ ଶେଷ ହେବ । ମନ୍ଦିର ପରିସରରେ ନୂଆ ଜଗମୋହନ, ଯଜ୍ଞ ମଣ୍ଡପ, ଚଣ୍ଡୀପାଠ ମଣ୍ଡପ, ମୁଣ୍ଡନ ମଣ୍ଡପ, ହନୁମାନ ମନ୍ଦିର ଏବଂ ନୂଆ ରୋଷଘର ମଧ୍ୟ ନିର୍ମାଣ କରାଯିବ । ମନ୍ଦିର ପରିସରରେ ଖଣ୍ଡାଲାଇଟସ୍‌ ପଥର ବିଛାଯିବା ସହିତ ଆଲୋକୀକରଣ କରାଯିବ ଏବଂ ସିସିଟିଭି ମଧ୍ୟ ଲଗାଯିବ । ବାଟମଙ୍ଗଳା ମନ୍ଦିର ମଧ୍ୟ ପୁନଃ ନିର୍ମାଣ କରାଯିବ । ଯାତ୍ରୀମାନେ ଯେପରି ସୁବିଧାରେ ଓ ଶୃଙ୍ଖଳିତ ଭାବରେ ମାଙ୍କ ଦର୍ଶନ କରିପାରିବେ, ସେଥିପାଇଁ ପୋଲିସ କଣ୍ଟ୍ରୋଲ ରୁମ୍‌, ପ୍ରସାଦ ସେବନ ବ୍ୟବସ୍ଥା, ବିଶୁଦ୍ଧ ପାନୀୟ ଜଳ, ବ୍ୟାଖାନ କେନ୍ଦ୍ର ଆଦି ବ୍ୟବସ୍ଥା ଉପରେ ଗୁରୁତ୍ୱ ଦିଆଯିବ । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

jay balangir
Leave A Reply

Your email address will not be published.

two × 3 =

error: Content is protected !!