୮ ବ୍ଲକକୁ ପାନୀୟଜଳ ଯୋଗାଣ ନେଇ କ୍ୟାବିନେଟ୍‌ ଅନୁମୋଦନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗଞ୍ଜାମ ଜିଲ୍ଲାର ପାତ୍ରପୁର, ଚିକିଟି, ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକର ୬୩ଟି ପଞ୍ଚାୟତ ଓ ୪୭୯ଟି ଗ୍ରାମରେ ଜେ.ଜେ.ଏମ୍‌ ଯୋଜନାରେ ନିରାପଦ ପାନୀୟଜଳ ଯୋଗାଇ ଦିଆଯିବ । ଏଥି ନିମନ୍ତେ ୩୮୬ କୋଟି ୯୬ ଲକ୍ଷ ୪୦ ହଜାର ୫ ଟଙ୍କାର ସର୍ବନିମ୍ନ ଟେଣ୍ଡରକୁ କ୍ୟାବିନେଟ ଅନୁମୋଦନ କରିଛି । ସେହିପରି ଦ୍ୱିତୀୟ ପ୍ରସ୍ତାବରେ ସୋନପୁର ଜିଲ୍ଲାର ତରଭା, ଉଲୁଣ୍ଡା, ସୋନପୁର ଓ ବୀରମହାରାଜପୁର ବ୍ଲକର ୬୪ଟି ପଞ୍ଚାୟତର ୬୨୫ଟି ଗାଁରେ ନିରାପଦ ପାନୀୟଜଳ ଯୋଗାଇବା ପାଇଁ ୫୫୩ କୋଟି ୮୫ ଲକ୍ଷ ୮୨ ହଜାର ୭୦୦ ଟଙ୍କାର ଟେଣ୍ଡରକୁ କ୍ୟାବିନେଟ ଅନୁମୋଦନ କରିଛି । ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ଦିଆଯାଇଥିବା ଉକ୍ତ ୨ଟି ପ୍ରସ୍ତାବ କ୍ୟାବିନେଟ୍‌ ମଞ୍ଜୁରୀ ମିଳିଛି ।

Leave A Reply

Your email address will not be published.

twelve + 9 =