pakka

ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

bbehera
  • ରାଜ୍ୟର ସମସ୍ତ ୭୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ର
  • ନିୟମିତ ଅଙ୍ଗନବାଡି କେନ୍ଦ୍ର ଭାବେ ଉନ୍ନୀତ
  • ଖର୍ଚ୍ଚ ହେବ ୫୫ କୋଟି ୨୧ ଲକ୍ଷ
  • ରାଜ୍ୟ ଦେବ ୩୬ କୋଟି ୪୦ ଲକ୍ଷ ୯୫ ହଜାର ୧୬୦ ଟଙ୍କା

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ ଥିବା ସମସ୍ତ ୭୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ରକୁ ନିୟମିତ ଅଙ୍ଗନବାଡି କେନ୍ଦ୍ର ଭାବେ ଉନ୍ନୀତ କରିବା ପ୍ରସ୍ତାବକୁ ଅନୁମୋଦନ ପ୍ରଦାନ କରିଛନ୍ତି । ଏହାଦ୍ୱାରା ରାଜ୍ୟରେ ଶିଶୁ ଯତ୍ନ କାର୍ଯ୍ୟକ୍ରମ ଆହୁରି ବ୍ୟାପକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସୂଚନାଯୋଗ୍ୟ ଯେ, ଅଙ୍ଗନବାଡି କେନ୍ଦ୍ର ଗୁଡିକ ରାଜ୍ୟରେ କୋମଳମତି ଶିଶୁମାନଙ୍କର ଯତ୍ନ ଓ ପ୍ରାରମ୍ଭିକ ଶିକ୍ଷା ଲାଭ ନିମନ୍ତେ କାର୍ଯ୍ୟ କରୁଛି । ରାଜ୍ୟର ଏହି ୭୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ରର ଉନ୍ନୀତକରଣ ପାଇଁ ୫୫ କୋଟି ୨୧ ଲକ୍ଷ ୩୦ ହଜାର ୧୫୦ ଟଙ୍କା ଖର୍ଚ୍ଚ ହେବ । ଏଥିରୁ ରାଜ୍ୟ ସରକାର ୩୬ କୋଟି ୪୦ ଲକ୍ଷ ୯୫ ହଜାର ୧୬୦ ଟଙ୍କା ବହନ କରୁଥିବା ବେଳେ କେନ୍ଦ୍ର ସରକାର ୧୮ କୋଟି ୮୦ ଲକ୍ଷ ୩୪ ହଜାର ୯୯୦ ଟଙ୍କା ବହନ କରୁଛନ୍ତି । ଅନୁଦାନ ଅର୍ଥରେ ମେଡିସିନ୍‌ କିଟ୍‌, ଆସବାବପତ୍ର ଓ ଅନ୍ୟାନ୍ୟ ଉପକରଣ ତଥା ପ୍ରଶାସନିକ ଖର୍ଚ୍ଚ ମଧ୍ୟ ଅନ୍ତର୍ଭୁକ୍ତ ।

jay balangir
Leave A Reply

Your email address will not be published.

5 × 2 =

error: Content is protected !!