ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ପାଇଁ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ପାଇଁ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ମନ୍ତ୍ରୀ ପ୍ରଦୀପ କୁମାର ଅମାତଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରମୁଖ ଶାସନ ସଚିବ, ନିର୍ଦ୍ଦେଶକ ତଥା ଅଧିକାରୀଙ୍କ ଉପସ୍ଥିତିରେ ଅନୁଷ୍ଠିତ ଏହି ବୈଠକରେ ରଥଯାତ୍ରାରେ ବିଭାଗର ବିଭିନ୍ନ ଦାୟିତ୍ୱ ନିର୍ବାହ ସମ୍ବନ୍ଧୀତ ଆଲୋଚନା ହୋଇଥିଲା । ରଥଯାତ୍ରାର ସିଧାପ୍ରସାରଣ ଏବଂ ଲାଇଭ୍ କମନ୍ ଫିଡ୍ ପ୍ରଦାନ ପାଇଁ ବ୍ୟବସ୍ଥା କରାଯିବ । ପୁରୀରେ ୧୧ଟି ଅସ୍ଥାୟୀ ସୂଚନା କେନ୍ଦ୍ର ସ୍ଥାପନ କରାଯିବ । ରଥଯାତ୍ରା ସମୟରେ ସଂସ୍କୃତି ବିଭାଗ ସହଯୋଗରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯିବା ସହ ଜଗନ୍ନାଥ ସଂସ୍କୃତି ଉପରେ ଫଟୋଚିତ୍ର ପ୍ରଦର୍ଶନୀ ଆୟୋଜନ କରାଯିବ ବୋଲି ଆଲୋଚନା ହୋଇଥିଲା । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.